ମା’ଭଟ୍ଟାରିକାଙ୍କ ଗର୍ଭଗୃହରେ ପାଣି

ବାସ୍ତବ ବ୍ୟୁରୋ: ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ମହାନଦୀର ବନ୍ୟାଜଳ । ମହାନଦୀର ଉପରମୁଣ୍ଡରେ ବର୍ଷା ସାଙ୍ଗକୁ ହୀରାକୁଦ ଡ଼୍ୟାମରୁ ନିଷ୍କାସିତ ହେଉଥିବା ଜଳ ମନ୍ଦିର ଭିତରେ ପ୍ରବେଶ କରିଛି ।

ତେଣୁ ମା’ଙ୍କ ଚଳନ୍ତି ପ୍ରତିମାକୁ ସେବାକାରୀମାନେ ରତ୍ନଗିରି ପାହାଡ଼ରେ ଥିବା ମା’ଙ୍କ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିଛନ୍ତି । ସେଠାରେ ମା’ ଭଟ୍ଟାରିକାଙ୍କର ପୂଜାର୍ଚ୍ଚନା କରାଯାଉଛି । ସୁରକ୍ଷା ଦୃଷ୍ଟିରୁ ମା’ଙ୍କ ମନ୍ଦିରର ଲାଗିଥିବା ସମସ୍ତ କବାଟ ଖୋଲି ଦିଆଯାଇଛି । ମା’ଙ୍କ ନୀତିକାନ୍ତିରେ ଯେଭଳି କୌଣସି ବିଭ୍ରାଟ ନଘଟେ ସେଥିପ୍ରତି ବଡ଼ମ୍ବା ଦେବତୋର ବିଭାଗ ତରଫରୁ ବ୍ୟପକ ବ୍ୟବସ୍ଥା କରାଯାଇଛି ।

ସେୟାର କରନ୍ତୁ

Next Post

ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

Sun Sep 17 , 2023
ବାସ୍ତବ ବ୍ୟୁରୋ: ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଗତକାଲି(ଶନିବାର) ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା।  ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। […]

You May Like

Pin It on Pinterest