ମୁଖ୍ୟମନ୍ତ୍ରୀଙ୍କ ଭଉଣୀ ତଥା ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ

ବାସ୍ତବ ବ୍ୟୁରୋ: ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଗତକାଲି(ଶନିବାର) ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା। 

ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଶୁକ୍ରବାର ରାତିରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହୋଇଥିଲା। ଗତକାଲି(ଶନିବାର) ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ। ୨୦୧୯ ମସିହାରେ ତାଙ୍କ ସ୍ୱାମୀ ତଥା ବିଶିଷ୍ଟ ଆମେରିକୀୟ ପ୍ରକାଶକ ସନ୍ନି ମେହେଟ୍ଟାଙ୍କ ପରଲୋକ ପରଠୁ ସେ ଭାରତରେ ରହୁଥିଲେ ।

୧୯୪୩ ମସିହାରେ ଦିଲ୍ଲୀରେ ଜନ୍ମିତ ଗୀତା ବ୍ରିଟେନ, ୟୁରୋପ ଓ ଆମେରିକା ନେଟୱାର୍କ ପାଇଁ ୧୪ଟି ଡକ୍ୟୁମେଂଟାରୀ ଫିଲ୍ମ ପ୍ରଯୋଜନା କରିଛନ୍ତି । ଗୀତାଙ୍କ ଲିଖିତ ବହିଗୁଡ଼ିକ ପ୍ରାୟ ୨୧ଟି ଭାଷାରେ ଟ୍ରାନ୍ସଲେଟ୍ ହୋଇଛି ଓ ୟୁରୋପ, ଆମେରିକା ଓ ଭାରତରେ ସର୍ବାଧିକ ବିକ୍ରି ହେଉଥିବା ପୁସ୍ତକ ଭାବେ ପରିଗଣିତ ହୋଇଥିଲା ।

ଗୀତା ମେହେଟ୍ଟାଙ୍କ ଲିଖିତ ପୁସ୍ତକଗୁଡିକ ହେଲା-ଏ ରିଭର ସୁତ୍ର, ଦି ଇଟରନାଲ ଗଣେଶ, ସ୍ନେକ ଆଣ୍ଡ ଲାଡର୍ସ ଓ କର୍ମ କୋଲା ।

ଉଲ୍ଲେଖ ଯୋଗ୍ୟ, ୧୯୬୫ ମସିହାରେ ସେ ସନ୍ନି ମେହେଟ୍ଟାଙ୍କୁ ବିବାହ କରିଥିଲେ। ୨୦୧୯ ମସିହାରେ ଗୀତା ଭାରତ ସରକାରଙ୍କ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିବାକୁ ମନା କରିଦେଇ ଚର୍ଚ୍ଚାରେ ରହିଥିଲେ। ତାଙ୍କର ଏକମାତ୍ର ପୁଅ ଆଦିତ୍ୟ ସିଂ ମେହେଟ୍ଟା ଅଛନ୍ତି ।

ତେବେ ଆଜି ନୂଆଦିଲ୍ଲୀରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଶେଷ ଦର୍ଶନ ପାଇଁ ଏକ ସ୍ୱତନ୍ତ୍ର ବିମାନରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସେୟାର କରନ୍ତୁ

Next Post

୭୩ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Sun Sep 17 , 2023
ବାସ୍ତବ ବ୍ୟୁରୋ: ୭୩ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶଠୁ ବିଦେଶ, ସବୁଠୁ ନେତା ଓ ଜନତା ଜଣାଉଛନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା। ଏହି ଅବସରରେ ସମଗ୍ର ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିସହ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ୧୯୫୦ ମସିହା ଆଜିର ତାରିଖରେ ଗୁଜରାଟ ଭାଡ଼ନଗରର ଏକ ମଧ୍ୟବିତ ପରିବାରରେ ଜନ୍ମ ନେଇଥିଲେ ମୋଦି। ତାଙ୍କ […]

You May Like

Pin It on Pinterest