ବର୍ଷାରେ ଭିଜିବ ଗଣେଶ ପୂଜା; ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ବାସ୍ତବ ବ୍ୟୁରୋ : ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅର୍ଥାତ ଗଣେଷ ପୂଜାରେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତାକାଲିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢିବ । ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାଗରେ ୨୦ରୁ ୨୨ ତାରିଖ ମଧ୍ୟରେ ସବୁଠୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ୨୦ ତାରିଖ ରାତିରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, ଜଗତସିହଂପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ଏହି ସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେୟାର କରନ୍ତୁ

Next Post

‘ସମ୍ୱାଦ’ କାର୍ଯ୍ୟାଳୟରେ EOW ଚଢ଼ଉ

Mon Sep 18 , 2023
ବାସ୍ତବ ବ୍ୟୁରୋ: ଆଜି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଦ୍ୱାରା ପରିଚାଳିତ ଖବରକାଗଜ ‘ସମ୍ୱାଦ’ ଭବନରେ ଚଢ଼ଉ କରିଛି ଅର୍ଥନୈତିକ ଅପରାଧ ଶାଖା(EOW)। ତାହା ପୁଣି ଜଣେ ପୂର୍ବତନ କର୍ମଚାରୀଙ୍କ ଅଭିଯୋଗ ଆଧାରରେ ଚଢ଼ଉ ହୋଇଥିବା କୁହାଯାଉଛି । ଆଜି ଅପରାହ୍ନ ପ୍ରାୟ ୧ଟା ହେବ। EOWର ୩ଟି ଟିମ୍‌ ଓ କମିଶନରେଟ୍‌ ପୁଲିସ୍‌ ମିଳିତ ଭାବେ ଭୁବନେଶ୍ୱର ରସୁଲଗଡ଼ ଶିଳ୍ପାଞ୍ଚଳରେ ଥିବା ‘ସମ୍ବାଦ’ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। କାଗଜପତ୍ର, ବ୍ୟାଙ୍କ ପାସ୍‌ବୁକ୍‌ ଓ […]

You May Like

Pin It on Pinterest