
ବାସ୍ତବ ବ୍ୟୁରୋ: ରାଜ୍ୟରେ ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ୨୭ ତାରିଖ ଠାରୁ ୩-୪ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବ । କିନ୍ତୁ ୩୦ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢିବ ।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ କୁହାଯାଇଛି ଯେ ବାଲେଶ୍ୱର,ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ,ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ,ଢେଙ୍କାନାଳ, ରାୟଗଡ଼ା, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବ । ଏଥିପାଇଁ ଏସବୁ ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି ।
ପରବର୍ତ୍ତୀ ୨୪ ଘଣ୍ଟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା ଆଦି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବ । ଏଥିପାଇଁ ଏସବୁ ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରାଯାଇଛି ।
ପାଣିପାଗ ବିଭାଗ କହିଛି ଯେ ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ, ଯାହାକି ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୩୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ।