ସୃଷ୍ଟିହେଲା ଘୂର୍ଣ୍ଣିବଳୟ; ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷିବ

ବାସ୍ତବ ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ-ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପୂର୍ବରୁ ଆଜି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମ୍ଭାବ୍ୟ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହାର ପ୍ରଭାବରେ ୩୦ ତାରିଖରୁ ଅକ୍ଟୋବର ୩ ତାରିଖ ସକାଳ ସାଢ଼େ ୮ଟା ଯାଏଁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛନ୍ତି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଡଘଡ଼ି ମାରିବାର ସମ୍ଭାବନା ରହିଥିବାରୁ ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ବାଲେଶ୍ୱର ଜିଲ୍ଲା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବଜ୍ରପାତ-ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅକ୍ଟୋବର ୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର,ଅନୁଗୋଳ, ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର,ବରଗଡ଼, ଝାରସୁଗୁଡ଼ା, ସୋନପୁର ଓ ବଲାଙ୍ଗିର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ମାଲକାନଗିରି, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେୟାର କରନ୍ତୁ

Next Post

ଘୁଞ୍ଚିଲା ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ତାରିଖ

Sat Sep 30 , 2023
ବାସ୍ତବ ବ୍ୟୁରୋ: ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଆଜି (ଶନିବାର) ଶେଷ ହେଉଥିଲା। ହେଲେ ଏହାକୁ ଆରବିଆଇ ବଢାଇ ଦେଇଛି। ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ। ଅକ୍ଟୋବର ୮ ତାରିଖରୁ ବ୍ୟାଙ୍କ ଶାଖାରେ ଦୁଇ […]

You May Like

Pin It on Pinterest