ସ୍ୱେଚ୍ଛାକୃତ ଅବସର ନେଲେ ଭିକେ ପାଣ୍ଡିଆନ

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ଅଫିସର ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ପାଇଁ ଅନୁମତି ମିଳିଛି । ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ । 

୨୦୦୦ ମସିହା ବ୍ୟାଚ୍ ଆଇଏଏସ୍ ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

ସେୟାର କରନ୍ତୁ

Next Post

ଭି.କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ: ୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ

Tue Oct 24 , 2023
 ବାସ୍ତବ ବ୍ୟୁରୋ: ଭି.କେ ପାଣ୍ଡିଆନଙ୍କୁ ମିଳିଲା ନୂଆ ଦାୟିତ୍ୱ ।‘୫-ଟି’ ଓ ‘ନବୀନ ଓଡ଼ିଶା’ର ଅଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇବେ ଭି.କେ ପାଣ୍ଡିଆନ। ସରକାରୀ ଚାକିରିରୁ ସ୍ବେଚ୍ଛାକୃତ ଅବସର ନେବା ପରେ ଭି.କେ ପାଣ୍ଡିଆନଙ୍କୁ ମିଳିଛି ନୂଆ ନିଯୁକ୍ତି।ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିଛି। ସେ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାମ କରିବେ ବୋଲି ଜଣାଯାଇଛି। ଗତକାଲି ତାଙ୍କ ଅବସର ଆବେଦନକୁ କେନ୍ଦ୍ର ସରକାରଙ୍କ ଦ୍ବାରା ଅନୁମୋଦିତ ହେବା ପରେ ରାଜ୍ୟ […]

You May Like

Pin It on Pinterest