ସାଇକ୍ଲୋନ୍‌ ମିଧିଲି ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ବର୍ଷା ସମ୍ଭାବନା

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ଼ରେ ପରିଣତ ହୋଇ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗ କହିଛି ଯେ ଗଭୀର ଅବପାତ ବର୍ତ୍ତମାନ ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପୂର୍ବ ଦିଗକୁ ଗତି କରୁଛି। ଏହା ସାମୁଦ୍ରିକ ଝଡ଼ରେ ପରିଣତ ହେବା ପରେ ଏହାର ନାମ ‘ସାଇକ୍ଲୋନ୍‌ ମିଧିଲି’ ରଖାଯିବ। ବାଂଲାଦେଶର ଖେପୁପଡ଼ା ଓ ମୋଙ୍ଗଲା ମଧ୍ୟରେ ଶନିବାର ସକାଳେ ବାତ୍ୟା ମିଧିଲି ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରାଯାଇଛି।

ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନ, ବିଶେଷ କରି ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୪୦ରୁ ୭୦ କିଲୋମିଟର ବେଗରେ ପବନ ବହିବ। ଗୁରୁବାର ଓ ଶୁକ୍ରବାର ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲ୍ଲା ଏବଂ ଗୁରୁବାର ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି।

ସମୁଦ୍ର ଅଶାନ୍ତ ରହିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୫୫ରୁ ୬୦ କିମି ବେଗରେ ପବନ ବହିବ। ତେଣୁ ଏହାକୁ ଦୃଷ୍ଟିରେ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ଧୀବରମାନଙ୍କୁ ଆଇଏମଡି ପକ୍ଷରୁ ପରାମର୍ଶ ଦିଆଯାଇଛି।

ସେୟାର କରନ୍ତୁ

Next Post

ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ପଶ୍ଚିମ ଓଡିଶା ବନ୍ଦ...

Sat Nov 18 , 2023
ବାସ୍ତବ ବ୍ୟୁରୋ: ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ଦାବିରେ ପଶ୍ଚିମ ଓଡିଶା ବନ୍ଦ। କୋଶଳ ରାଜ୍ୟ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ପାଳନ ହେଉଛି । ବନ୍ଦର ପ୍ରଭାବ ପଶ୍ଚିମ ଓଡିଶାର ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳିଛି । ବଲାଙ୍ଗୀର, କଂଟାବାଞ୍ଜି, କଳାହାଣ୍ଡି, ବରଗଡ଼, ପଦ୍ମପୁର ଆଦି ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ପଶ୍ଚିମ ଓଡ଼ିଶାକୁ ଅବହେଳା, ବୈମାତୃକ ମନୋଭାବ, ଭାଷାକୁ ବିରୋଧ ଅଭିଯୋଗ […]

You May Like

Pin It on Pinterest