ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ବାତ୍ୟା “ମିଗଜୋମ୍”

ବାସ୍ତବ ବ୍ୟୁରୋ: ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେଲା ବାତ୍ୟା ମିଗଜୋମ୍। ୬ ଘଣ୍ଟା ହେଲା ଏହା ଘଣ୍ଟା ପ୍ରତି ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ୮ କିଲୋମିଟର ବେଗରେ ଗତି କରୁଛି। ଚେନ୍ନାଇଠାରୁ ଏହା ୯୦ କିଲୋମିଟର ଦୂରରେ ଅଛି। ଏହା ଧୀରେ ଧୀରେ ଆନ୍ଧ୍ର ଉପକୂଳ ଆଡ଼କୁ ଗତି କରୁଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି ଏହା ଭୀଷଣ ବାତ୍ୟାର ରୂପ ନେଇ ଆନ୍ଧ୍ର ଉପକୂଳରେ ଲାଣ୍ଡଫଲ୍ କରିବ।

ଆନ୍ଧ୍ରପ୍ରଦେଶର ନେଲୋର୍ ଏବଂ ମଛଲିପଟନମ୍ ମଝିରେ ସ୍ଥଳ ଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ସର୍ବାଧିକ ବେଗ ଘଣ୍ଟାକୁ ୧୧୦ କିଲୋମିଟର ରହିବ। ସମ୍ଭାବ୍ୟ ବାତ୍ୟା ଓଡ଼ିଶା ନିକଟତର ହେବା ବେଳକୁ ଦୁର୍ବଳ ହୋଇସାରିଥିବ। ଏହାର ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ବିଶେଷ କରି ୫ରୁ ୬ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ୫ ତାରିଖ ଦିନ ଏହି ୫ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Next Post

ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

Wed Dec 6 , 2023
ବାସ୍ତବ ବ୍ୟୁରୋ: ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। […]

You May Like

Pin It on Pinterest