ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ବାସ୍ତବ ବ୍ୟୁରୋ: ବାତ୍ୟା ମିଗଜୋମ୍ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ସେହିପରି ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷାର ପ୍ରଭାବ ଆଗାମୀ ୨୪ ଘଣ୍ଟା ଯାଏ ରହିବ ବୋଲି ସୂଚନା ରହିଛି।

ବାତ୍ୟା ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାରେ ଆଜି ସବୁସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ଯୋଗୁ ପାଚିଲା ଧାନ କ୍ଷେତ୍ରରେ ପାଣି ପଶି ନଷ୍ଟ ହୋଇଯାଇଛି। ଶୀଘ୍ର କ୍ଷୟକ୍ଷତି ରିପୋର୍ଟ ଦେବା ପାଇଁବିଭାଗୀୟ ଅଧିକାରୀମାନଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବିଭାଗୀୟ ଅଧିକାରୀମାନେ ରିପୋର୍ଟ ପ୍ରଦାନ କଲେ ତାର ଅନୁଧ୍ୟାନ କରାଯାଇ କ୍ଷତି ପୂରଣ ଦିଆଯିବ ବୋଲି ଏସଆରସି କହିଛନ୍ତି।

ଅନ୍ୟପକ୍ଷରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି ବାତ୍ୟା ମିଗଜୋମ୍। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସେୟାର କରନ୍ତୁ

Next Post

ତେଲେଙ୍ଗନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ରେବନ୍ତ ରେଡ୍ଡୀ । 

Thu Dec 7 , 2023
ବାସ୍ତବ ବ୍ୟୁରୋ: ଆଜି ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି ରେବାନ୍ତ ରେଡ୍ଡୀ । ହାଇଦ୍ରାବାଦର ଲାଲବାହାଦୂର ଶାସ୍ତ୍ରୀ  ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେବନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରୈମୟା, ଉପ […]

You May Like

Pin It on Pinterest