କୋରାପୁଟ ଜିଲ୍ଲାରେ ଗଡିଲା ସରକାରଙ୍କ ଲକ୍ଷ୍ମୀ ବସ୍…

ବାସ୍ତବ ବ୍ୟୁରୋ: ଆଜି କୋରାପୁଟ ଜିଲ୍ଲାରେ ଗଡିଲା ସରକାରଙ୍କ ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଲାଣ୍ଡିଗୁଡ଼ା ସ୍ଥିତ ସରକାରୀ କଲେଜ ପଡ଼ିଆରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମୋଡ଼ରେ ଏହାର ଉଦଘାଟନ କରିଥିଲେ । ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। କୋରାପୁଟରେ ୬୩ଟି ବସ୍ ଜିଲ୍ଲାର ୨୩୪ ପଞ୍ଚାୟତକୁ ଯୋଡିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ମାଲକାନଗିରିରୁ ଲକ୍ଷ୍ମୀ ବସ୍‌ ସେବା ଆରମ୍ଭ ହୋଇ ଆଜି କୋରାପୁଟରେ ପହଞ୍ଚିଛି । ପ୍ରଥମ ପର୍ଯ୍ୟାୟରେ ମାଲକାନଗିରି, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି ଓ କୋରାପୁଟ ଜିଲ୍ଲାବାସୀ ଲକ୍ଷ୍ମୀ ବସ୍‌ ସେବା ପାଇଛନ୍ତି। ଏହି ୬ଟି ଜିଲ୍ଲାର ୧୧୩୧ଟି ପଞ୍ଚାୟତକୁ ଲକ୍ଷ୍ମୀ ବସ୍‌ ସୁବିଧା ମିଳିଛି । ଏ ସବୁ ଜିଲ୍ଲାର ୬୩ ଲକ୍ଷ ଲୋକଙ୍କ ପାଇଁ ଘର ପାଖରୁ ସେମାନଙ୍କୁ ଯିବା ଆସିବା ପାଇଁ ସୁବିଧା ହେଇଛି। ଗମନାଗମନ ପାଇଁ ଦୈନନ୍ଦିନ ଅସୁବିଧା ଦୂର ହେବା ସହିତ ଲୋକମାନେ ସୁବିଧାରେ କମ୍ ଖର୍ଚ୍ଚରେ ଯିବାଆସିବା ସୁବିଧା ପାଇପାରିଲେ।

ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍ ଚାଲିବ। ୫ ଟି ଯୋଜନାରେ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ମିଶନ ଶକ୍ତି ମା’ମାନଙ୍କୁ ବସ୍ ପରିଚଳନା ଦାୟିତ୍ୱ ଦିଆଯାଇଛି। ଏହି ଯୋଜନାରେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ ବର୍ଗର ଲୋକମାନେ ମାତ୍ର ୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା।

ସେୟାର କରନ୍ତୁ

Next Post

ଚୀନରେ ବଡ଼ ଧରଣର ଭୂକମ୍ପରେ ୧୧୧ ମୃତ, ୨୩୦ରୁ ଅଧିକ ଆହତ...

Tue Dec 19 , 2023
ବାସ୍ତବ ବ୍ୟୁରୋ: ଚୀନରେ ଶକ୍ତିଶାଳୀ ଭୂକମ୍ପ ଝଟକାରେ ୧୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି। ଗତକାଲି ବିଳମ୍ବିତ ରାତ୍ରିରେ ଚୀନର ଗାଂନସୁ-କିଙ୍ଘାଇ ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ୟୁରୋପୀୟ ଭୂମଧ୍ୟସାଗରୀୟ ଅଞ୍ଚଳରେ ଭୂମୀକମ୍ପର କେନ୍ଦ୍ରସ୍ଥଳ ରହିଥିଲା। କେନ୍ଦ୍ରସ୍ଥଳରେ ଭୂକମ୍ପ ତୀବ୍ରତା ୬.୧  ରହିଥିବା କୁହାଯାଉଛି। କିନ୍ତୁ ଚୀନା ଗଣମାଧ୍ୟମ ରିପୋର୍ଟ […]

You May Like

Pin It on Pinterest