ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଂଜୁରୀ…

ବାସ୍ତବ ବ୍ୟୁରୋ:ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଶନିବାର ୧୩ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଶ୍ରୀ ଜେନା କହିଛନ୍ତି ଯେ, ରାଜ୍ୟ ସରକାର ଆଜି ୧୩ଟି ପ୍ରସ୍ତାବକୁ ମଂଜୁରୀ ଦେଇଛନ୍ତି।  ସେଗୁଡିକ ହେଲା:

  • ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ପାଇଁ ବୟସ ସୀମା ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପରୀକ୍ଷା ପାଇଁ ବୟସ ସୀମା ୩୨ ବର୍ଷ ଥିଲା। ଏବେ ପ୍ରାର୍ଥୀମାନେ ଆଗାମୀ ଦିନରେ ୩୮ ବର୍ଷ ବୟସ ପର୍ଯ୍ୟନ୍ତ ସଭିଲ ସର୍ଭିସ ଦେଇପାରିବେ।
  • ରାଜ୍ୟ ସରକାର ନଗର ଉନ୍ନୟନ ବିଭାଗରେ ୩୬୫ଟି ଜୁନିଅର ଇଞ୍ଜିନିୟର ପଦବି ସୃଷ୍ଟି କରିଛନ୍ତି।
  • ପବ୍ଲିକ ହେଲ୍‌ଥ ଫାଉଣ୍ଡେସନ୍‌ ଅଫ୍‌ ଇଣ୍ଡିଆକୁ ୫ ଏକର ଜମି ଅନୁମୋଦନ ଦେଇଛନ୍ତି ସରକାର।
  • ସେହିପରି ୨ଶହ ଇଲେକ୍ଟ୍ରି ବସ୍‌ ଚଳାଇବାକୁ ବ୍ୟବସ୍ଥା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହି ବସ୍‌ଗୁଡ଼ିକ ଭୁବନେଶ୍ବର ସମେତ ରାଜ୍ୟର ଅନ୍ୟ ସ୍ଥାନରେ ସେବା ଯୋଗାଇବ। 
  • ସହରାଂଚଳରେ ଏଲଇଡି ଲାଇଟ୍‌ ପାଇଁ ୧୧୨ କୋଟି ୧୮ ଲକ୍ଷ ଟଙ୍କା ଅନୁମୋଦନ ହେଇଛି।
  • ଜଗନ୍ନାଥ ସଂସ୍କୃତିର ପ୍ରଚାରପ୍ରସାର ପାଇଁ ଗ୍ରାମାଞ୍ଚଳରେ ଜନସାଧାରଣଙ୍କୁ ସାମିଲ କରାଯିବ। ଜାନୁଆରି ୫ରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ୩୧୪ଟି ବ୍ଲକର ସବୁ ପଞ୍ଚାୟତରେ ଘରକୁ ଘର ଯାଇ ଗୁଆ ଚାଉଳ ସଂଗ୍ରହ କରିବା ସହ ଜଗନ୍ନାଥ ରଥ ବୁଲିବ। ପ୍ରତ୍ୟେକ ପଞ୍ଚାୟତରୁ ସଂଗୃହୀତ ହେଲା ପରେ ବ୍ଲକର ଏକ ମନ୍ଦିରରେ ରଖାଯିବ। ପ୍ରତ୍ୟେକ ପଞ୍ଚାୟତରୁ ଲୋକେ ପୁରୀ ଆସିବେ ଓ ପରିକ୍ରମା ପ୍ରକଳ୍ପରେ ସାମିଲ ହେବେ। ପଞ୍ଚାୟତରେ ଏଲ୍‌ଇଡି ମାଧ୍ୟମରେ ପରିକ୍ରମା ପ୍ରକଳ୍ପର ଟେଲିକାଷ୍ଟ କରାଯିବ। ଏଥିରେ ୧୫୬ କୋଟି ଟଙ୍କା ବ୍ୟୟ ହେବ। ୧୭ ତାରିଖ ପରେ ପ୍ରତ୍ୟେକ ବ୍ଲକରୁ ବଛାବଛା ଲୋକଙ୍କୁ ପୁରୀ ଆଣି ଜଗନ୍ନାଥ ଦର୍ଶନ ସହ ପରିକ୍ରମା ପ୍ରକଳ୍ପ ଦେଖାଯିବ।
  • ଅନ୍ୟପଟେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମଧ୍ୟ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି । ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ। ପଞ୍ଚାୟତରେ ବୈଠକ ହେବ। ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗଦେବେ। ଭିଡିଓ ଫିଲ୍ମ ଦେଖାଯିବ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କାଖର୍ଚ୍ଚ ହେବ।
ସେୟାର କରନ୍ତୁ

Next Post

ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ

Fri Jan 5 , 2024
ବାସ୍ତବ ବ୍ୟୁରୋ: ଆସନ୍ତା ୨୦୨୪-୨୫ ଶିକ୍ଷାବର୍ଷରୁ ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ । ୧୦ଟି ଜିଲ୍ଲାର ୧୮ଟି ବ୍ଲକରେ ଏହି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଆଜି ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଜାରି ବିଜ୍ଞପ୍ତି ଅନୁସାରେ ଶିକ୍ଷାରେ ସମାନତା ଓ ଉତ୍କର୍ଷ ଆଣିବା ସହ ଶିକ୍ଷାକୁ ସୁଦୂର ପ୍ରସାରୀ କରିବା ନିମନ୍ତେ କଲେଜ ନଥିବା ୧୮ଟି ବ୍ଲକରେ ସରକାରୀ ଡିଗ୍ରୀ କଲେଜ(କଳା) ଖୋଲିବାକୁ ରାଜ୍ୟ ଉଚ୍ଚଶିକ୍ଷା […]

You May Like

Pin It on Pinterest