
ବାସ୍ତବବ୍ୟୁରୋ(କେନ୍ଦ୍ରାପଡ଼ା): ଖୋଲିଲା ଭିତରକନିକା।ପର୍ଯ୍ୟଟକ ମାନଙ୍କ ପାଇଁ ଜାନୁୟାରୀ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୯ ଦିନ ଧରି ବନ୍ଦ ରହିଥିଲା ଭିତରକନିକା ଜାତୀୟ ଉଦ୍ୟାନ। ରାଜନଗର ବନଖଣ୍ଡ ଅଧିକାରୀ ଗୋପୀନାଥ ଯାଦବ ଙ୍କ ସୂଚନା ଅନୁଯାଇ, କୁମ୍ଭୀର ଓ ପକ୍ଷୀ ଗଣନା ନିମନ୍ତେ ଭିତରକନିକାକୁ ବନ୍ଦ ରଖାଯାଇଥିଲା ।
ଗତ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି କୁମ୍ଭୀର ଗଣନା କରାଯାଇଥିଲା। ଚଳିତ ବର୍ଷ, ବଉଳାକୁମ୍ଭୀରଙ୍କ ଭୂସ୍ୱର୍ଗ ଭିତରକନିକା ଜାତୀୟ ଉଦ୍ୟାନରେ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇଛି। ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳ ଗୁଡିକରେ ୧୭୯୩ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୧୧କୁ ବୃଦ୍ଧି ପାଇଛି । ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୧୮ କୁମ୍ଭୀର ଅଧିକ ଥିବା କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି।
ଏବର୍ଷ ଭିତରକନିକାରେ କନିକା ରଂଜେର ପାଟ୍ଟଶାଳାମାଉଥରୁ ଏଫଆରଏଚଜେଠି ମଧ୍ୟରେ ୨ଟି, ଏଫଆରଏଚ ଜେଠିରୁ ଖୋଳାମାଉଥ ମଧ୍ୟରେ ଗୋଟିଏ, ଗୁପ୍ତିରୁ ହଂସିଣା ମଧ୍ୟରେ ଗୋଟିଏ ୨୦ଫୁଟରୁ ଅଧିକ ଲମ୍ବର ବଉଳା କୁମ୍ଭୀରକୁ ବନବିଭାଗ ଗଣନା ଟିମ୍ ଗଣନା ସମୟରେ ଠାବ କରିଛି।