ବାସ୍ତବ ବ୍ୟୁରୋ: ଜାନୁଆରି ୨୭ ଅର୍ଥାତ ଆସନ୍ତାକାଲି ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ ଲୋକାର୍ପିତ ହେବ। ମା’ ସମଲେଶ୍ୱରୀ ପୀଠର ରୂପାନ୍ତରଣ ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ତ୍ତା ରଖିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ। ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର। ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି। ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ। ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି। ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି। ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ। ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ। ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ।
ପଶ୍ଚିମ ଓଡ଼ିଶାର ଆରାଧ୍ୟ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି। ଭକ୍ତଙ୍କୁ ଦିବ୍ୟ ଅନୁଭବ ଦେବା ପାଇଁ ପ୍ରୟାସ ହୋଇଛି। ବିଶେଷ କରି ମନ୍ଦିର ସୁରକ୍ଷା, ବିକାଶ ଓ ଭକ୍ତଙ୍କ ସୁବିଧାକୁ ଗୁରୁତ୍ୱ ଦିଆଯାଇଛି। ସୁନ୍ଦର ଢଙ୍ଗରେ ସଜେଇ ହୋଇଛି ମା’ ସମଲେଶ୍ୱରୀ ମନ୍ଦିର।