ରାଜ୍ୟସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି…

ବାସ୍ତବ ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ୩ଟି ଆସନ ମଧ୍ୟରୁ ୨ଟି ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛି । ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ରାଜ୍ୟସଭା ପ୍ରାର୍ଥୀ କରିଛି ବିଜୁ ଜନତା ଦଳ । ତେବେ ଅନ୍ୟ ଗୋଟିଏ ଆସନ ପାଇଁ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ ।

ଉଲ୍ଲେଖ ଥାଉ କି ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ବିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଆଉ ଆଜି ୨ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା ହୋଇଥିଲେ ବି ଆଉ ଜଣଙ୍କ ନାମ ଘୋଷଣା ହୋଇନାହିଁ । କୁହାଯାଉଛି ଯେ ଆସନ୍ତାକାଲି ଆଉ ଜଣେ ପ୍ରାର୍ଥୀଙ୍କ ନାମ ଘୋଷଣା କରି ବିଜେଡି ସୁପ୍ରିମୋ ସମସ୍ତଙ୍କୁ ଚମକାଇଦେଇପାରନ୍ତି ।

ସେୟାର କରନ୍ତୁ

Next Post

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ପାଞ୍ଚୋଟି ଜିଲ୍ଲା ପାଇଁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ…..

Tue Feb 13 , 2024
ଆଦିତ୍ଯ ବେହେରା(ଭୁବନେଶ୍ୱର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବଲାଙ୍ଗିର, ବରଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର ହେଉଛି ଲୋକଙ୍କ ସରକାର। ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରନ୍ତି। 5T ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲ୍ଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ […]

You May Like

Pin It on Pinterest