ବିଜେପିର ବଡ ଘୋଷଣା : ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଗୁଜରାଟରୁ ଜେପି ନଡ୍ଡା ଏବଂ ମହାରାଷ୍ଟ୍ରରୁ ଅଶୋକ ଚୌହାନ ରାଜ୍ୟସଭା ଯିବେ

ବାସ୍ତବ ବ୍ୟୁରୋ: ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା’ର ପାର୍ଥୀ ତାଲିକା ପ୍ରକାଶ କରିଛି। ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଗୁଜରାଟରୁ ଜେପି ନଡ୍ଡା ଏବଂ ମହାରାଷ୍ଟ୍ରରୁ ଅଶୋକ ଚୌହାନ ରାଜ୍ୟସଭା ଯିବେ ।

୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି।  

ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ ତଳେ ବିଜେଡି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ତେବେ ତୃତୀୟ ପ୍ରାର୍ଥୀ କିଏ ହେବ ତାକୁ ନେଇ ସସପେନ୍ସ ଜାରି ରହିଥିଲା। ଆଜି ସେହି ଚର୍ଚ୍ଚାର ଅନ୍ତ ଘଟିଛି। ଅଶ୍ୱିନୀ ବୈଷ୍ଣବ ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। 

ଅନ୍ୟପକ୍ଷରେ ଗତକାଲି ମଧ୍ୟ ବିଜେଡି ନିଜର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବହୁ ବିଧାୟକଙ୍କ ଉପସ୍ଥିତିରେ ୨ଜଣ ପ୍ରାର୍ଥୀଙ୍କ ନାମାଙ୍କନ ପତ୍ର ଦାଖଲ କରିଛି । 

ସେପଟେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବିମାନ ବନ୍ଦରରେ ତାଙ୍କୁ ସ୍ୱାଗତ ଜଣାଇବାକୁ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ପ୍ରତିକ୍ରିୟା ଦେଇ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, “ଭାରତୀୟ ଜନତା ପାର୍ଟିର ମୁଁ ଜଣେ ଶୃଙ୍ଖଳିତ କାର୍ଯ୍ୟକର୍ତ୍ତା । ଦଳର ସବୁ ନିର୍ଣ୍ଣୟ ପାର୍ଟି ନେଇଥାଏ । ପ୍ରଧାନମନ୍ତ୍ରୀ ମୋତେ ଆଉ ଥରେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ମୁଁ ତାଙ୍କୁ କୃତଜ୍ଞତା ଜଣାଉଛି ।”

ଆସନ୍ତାକାଲି ସକାଳେ ୧୦ଟାରେ ଅଶ୍ୱିନୀ ବୈଷ୍ଣବ ନାମାଙ୍କନ ଦାଖଲ କରିବେ । ବରିଷ୍ଠ ବିଜେପି ନେତାଙ୍କ ସହ ଯାଇ ସେ ପ୍ରାର୍ଥୀପତ୍ର ଦାଖଲ କରିବା କାର୍ଯ୍ୟସୂଚୀ ରହିଛି । 

ସେୟାର କରନ୍ତୁ

Next Post

ପୁଣି ବଡ ଘୋଷଣାକଲେ ମୁଖ୍ୟମନ୍ତ୍ରୀ, ବଢିଲା କଳାକାର ଭତ୍ତା, ମିଳିବ ମାସକୁ ୨୦୦୦, ବୟସ୍କଙ୍କୁ ୨୫୦୦ ଟଙ୍କା

Wed Feb 14 , 2024
ଆଦିତ୍ଯବେହେରା(ଭୁବନେଶ୍ବର): ଯେତିକି ଯେତିକି ପାଖେଇ ଆସୁଛି ନିର୍ବାଚନ,ସେତିକି ବଢୁଛି ଯୋଜନା ଓ ଘୋଷଣା ପର୍ବ ।ଏହି ପର୍ଯ୍ୟାୟରେ କଳାକାରମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାକାର ମାନଙ୍କ ହିତକୁ ଦୃଷ୍ଟିରେ ରଖି ଆଜି “ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା”ରେ କଳାକାର ମାନଙ୍କ ସହାୟତା ରାଶି ବୃଦ୍ଧି ଘୋଷଣା କରିଛନ୍ତି। ଏହି ନୂଆ ଘୋଷଣା ଅନୁଯାୟୀ, ହିତାଧିକାରୀ ମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ସହାୟତା ପାଇବେ। ୮୦ […]

You May Like

Pin It on Pinterest