ଏବେ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଖୁସି ଖବର

ଆଦିତ୍ଯ ବେହେରା(ଭୁବନେଶ୍ବର):  ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ, ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ବଢାଇ ଦେଇଛନ୍ତି ।

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ। ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।

ସେୟାର କରନ୍ତୁ

Next Post

ପଦ୍ମଶ୍ରୀ ସମ୍ମାନୀତ ବ୍ୟକ୍ତି ବିଶେଷଙ୍କୁ ରାଜ୍ୟ ସରକାର ଦେବେ ମାସିକ ୨୫,୦୦୦

Wed Mar 13 , 2024
ଆଦିତ୍ଯ ବେହେରା(ଭୁବନେଶ୍ବର): ପଦ୍ମଶ୍ରୀ ପୁରସ୍କାର ଦେଶର ଗୌରବମୟ ବେସାମରିକ ସମ୍ମାନ। ବିଭିନ୍ନ କ୍ଷେତ୍ରରେ ଦେଶକୁ ଗୌରବାନ୍ବିତ କରିଥିବା ବ୍ୟକ୍ତିବିଶେଷଙ୍କୁ ଏହି ସମ୍ମାନ ମିଳିଥାଏ। ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ କୃତୀ ସନ୍ତାନ ମାନେ ସେମାନଙ୍କ ପ୍ରତିଭା ଓ ସେବା କାର୍ଯ୍ୟ ଦ୍ୱାରା ଓଡିଶାର ଗୌରବ ବୃଦ୍ଧି କରିଛନ୍ତି। ସମାଜକୁ ସେମାନଙ୍କ ବଳିଷ୍ଠ ଅବଦାନର ସ୍ବୀକୃତି ସ୍ବରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେମାନଙ୍କ ସମ୍ମାନାର୍ଥେ ମାସକୁ ୨୫ ହଜାର ଟଙ୍କା ଲେଖାଏ ଅର୍ଥ […]

You May Like

Pin It on Pinterest