ରାଜ୍ୟ ବିଜେପିର ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ…

ଆଦିତ୍ଯ ବେହେରା(ଭୁବନେଶ୍ବର): ରାଜ୍ୟ ବିଜେପି ତରଫରୁ ଆଜି ଏକ ପ୍ରତିନିଧୀ ଦଳ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ବିଜେପି କହିଛିକି, ରାଜ୍ୟରେ ଆଚରଣ ବିଧି ଲାଗୁ ହୋଇଥିଲେ ମଧ୍ୟ ବିଜେଡି ତାହାକୁ ଉଲ୍ଲଘଂନ କରୁଛି ।

ରାଜ୍ୟ ସରକାର ଏସଏଚଜି ଗ୍ରୁପ ମହିଳାମାନଙ୍କୁ ବିଦେଶ ଭ୍ରମଣରେ ନେଉଛନ୍ତି ବୋଲି ଅଭିଯୋଗ କରାଯାଇଛି। ଏଥିସହିତ କେତେକ ସ୍ଥାନରେ ଅଧିକାରୀମାନେ ତିନି ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟ କରୁଥିଲେ ମଧ୍ୟ ସେମାନଙ୍କୁ ଏ ପର୍ଯ୍ୟନ୍ତ ବଦଳି କରାଯାଇ ନାହିଁ। ମୁଖ୍ୟ ନିର୍ବାଚନ ଅଧିକାରୀ ତୁରନ୍ତ ଏହା ଉପରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ବିଜେପି ଦାବୀ କରିଛି। ଭଦ୍ରକ, କଟକ ଓ ଗଞ୍ଜାମରେ ଦୀର୍ଘ ବର୍ଷ ଧରି ଅଥବା ୩ ବର୍ଷରୁ ଊର୍ଦ୍ଧ୍ୱ ସମୟ ଅବସ୍ଥାପିତ ଥିବା ବହୁ ଅଧିକାରୀଙ୍କ ନାମ ସେମାନେ ଲିଖିତ ଆକାରରେ ଦେଇଛନ୍ତି।

ସେମାନେ ହେଲେ କଟକ ଜିଲ୍ଲାର ତହସିଲଦାର ମଧୁସୂଦନ ନାୟକ, ତୁଷାର ରଞ୍ଜନ ସେଠୀ, ଓଏଏସ୍ ସ୍ନେହାରତନ ମହାନ୍ତି, ଉପଜିଲ୍ଲାପାଳ ପ୍ରଶାନ୍ତ ରାୟ, ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିଚାଳକ ପ୍ରକାଶ ରାଉଳଙ୍କ ସମେତ ଅନ୍ୟ ସରକାରୀ ଅଧିକାରୀ। ସେହିପରି ଭଦ୍ରକ ଜିଲ୍ଲାର ପିଇଓ ରାଜେନ୍ଦ୍ର ପ୍ରଧାସ ଦାସ, ନିରଞ୍ଜନ ଶଙ୍ଖୁଆ, ରାଜକିଶୋର ଦାସ, ବବ୍ରୁ ବାହନ ମଲ୍ଲିକ, ପିୟୁସକାନ୍ତି ଦାସ, ସର୍ବେଶ୍ରୀ ପଟ୍ଟନାୟକ, କମଳାକାନ୍ତ କର, ଧୀରେନ୍ଦ୍ର ନାୟକ, ଜେଇ ପ୍ରଭାତ ବେହେରା, ବିଶ୍ୱଜିତ୍ ଦାସ, ଗୋବିନ୍ଦ ସାମଲ, ଜାଡୁ ଟୁଡୁ, ଅମିୟ କୁମାର ପଲେଇ, ବିଏଲଏଫ ସଭାପତି ମାନସୀ ପାଢ଼ୀ, ମିଶନଶକ୍ତିର ବ୍ଲକ ପ୍ରୋଗ୍ରାମ ସଭାପତି ଷ୍ଟାଲିନ ନାୟକଙ୍କ ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯାଉ।

ସେହିପରି ଗଞ୍ଜାମର ବ୍ଲକ ଏଇ ଲକ୍ଷ୍ମୀନାରାୟଣ ପଟ୍ଟନାୟକ, ବ୍ଲକ ଜେଇ ପ୍ରକାଶ ଚନ୍ଦ୍ର ଜେନା, ନିତ୍ୟାନନ୍ଦ ପାତ୍ର, ସୁନୀତା କୁମାରୀ ଦାସ, ଏସ୍ ଶଙ୍କର ନାରାୟଣ ସୁବୁଧି, ଶରତ କୁମାର ମଲ୍ଲ, ମିନତୀ ନାୟକଙ୍କ ସମେତ ଅନ୍ୟ ସରକାରୀ ଅଧିକାରୀମାନଙ୍କୁ ତୁରନ୍ତ ବଦଳି କରାଯାଉ ବୋଲି ବିଜେପି ଦାବୀ କରିଛି। ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ରାଜେନ୍ଦ୍ର ପଣ୍ଡା, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ୍‌, ରାଜ୍ୟ ନିର୍ବାଚନ ସେଲ୍ ସଂଯୋଜକ ଜୟନ୍ତ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।

ସେୟାର କରନ୍ତୁ

Next Post

ଖଇର ପାଲି ୟୁଜିୟୁପି ସ୍କୁଲ ଠାରେ ବିଶ୍ବ ନାଟ୍ୟ ଦିବସ ପାଳିତ....

Thu Mar 28 , 2024
ବରଗଡ:-୨୮/୩(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ଅଧିନ ଲରାସରା ପଞ୍ଚାୟତ ଖଇର ପାଲି ୟୁଜିୟୁପି ସ୍କୁଲ ଠାରେ ବିଶ୍ବ ନାଟ୍ୟ ଦିବସ ପାଳିତ ହୋଇଯାଇଛି। ଶିକ୍ଷା ସହିତ ଛାତ୍ରଛାତ୍ରୀ ମାନକଂ ମଧ୍ଯରେ ନାଟ୍ୟକଳା ଆଗ୍ରହ ସୁଷ୍ଟି କରିବା ସହିତ ନାଟକ ମାଧ୍ୟମରେ ସମାଜରେ ଏକ ସଚେତନତା ବାର୍ତ୍ତା ଦେବାକୁ ପ୍ରୟାସ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ପରିବେଶ ସୁରକ୍ଷା ନାମକ ଏକ କ୍ଷୁଦ୍ର ନାଟକ ପ୍ରଦର୍ଶନ […]

You May Like

Pin It on Pinterest