
ଆଦିତ୍ଯ ବେହେରା(ଭୁବନେଶ୍ୱର): ନର୍ଲା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୫ଥର ନିର୍ବାଚିତ ବିଧାୟକ ତଥା,ପୂର୍ବତନ ରାଜ୍ୟସଭା ସାଂସଦ ଶ୍ରୀ ଧନେଶ୍ୱର ମାଝୀ ବିଜୁ ଜନତା ଦଳ ପରିତ୍ୟାଗ କରି ବିଜେପିରେ ସାମିଲ ହୋଇଛନ୍ତି।
ଶୁକ୍ରବାର ରାଜ୍ୟ ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ପୂର୍ବତନ ମନ୍ତ୍ରୀ ସୁରମା ପାଢ଼ୀ, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ ଗଣମାଧ୍ୟମ ସଂଯୋଜକ ସୁଜିତ୍ କୁମାର ଦାସ, ଆଜାଦ୍ ହିନ୍ଦ୍ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।



