
ଆଦିତ୍ଯ ବେହେରା(ଭୁବନେଶ୍ବର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଲୋକଙ୍କ ସହିତ ଟେଲିଫୋନରେ କଥା ହୋଇଛନ୍ତି।
ସେ କଥା ହୋଇଥିବା ବିଭିନ୍ନ ଅଞ୍ଚଳର ଲୋକଙ୍କ ଠାରୁ ଅଞ୍ଚଳର ବିକାଶ କଥା ପଚାରି ବୁଝିଛନ୍ତି। କାହାକୁ ସ୍କୁଲ କାମ ଚାଲିଛି କି ନାହିଁ ପଚାରିଥିବା ବେଳେ କେଉଁଠି ମନ୍ଦିର କାମ କଣ ହେଲା ବୋଲି ପଚାରିଛନ୍ତି। ଏହିପରି ଭାବେ ଆଜି ସକାଳୁ ନବୀନ ଲୋକଙ୍କ ସମସ୍ୟା ଉପରେ ଅବଗତ ହୋଇଛନ୍ତି।
ନିର୍ବାଚନ ପାଖେଇ ଆସୁଥିବା ବେଳେ ଖୋଦ ମୁଖ୍ୟମନ୍ତ୍ରୀ ଲୋକଙ୍କ ସହିତ ଫୋନରେ କଥା ହେବାକୁ ନେଇ ବେଶ ଚହଳ ପଡିଯାଇଛି। ଯେଉଁମାନଙ୍କୁ ସେ ଫୋନ କରିଛନ୍ତି ସେଠାରେ ଲୋକଙ୍କ ମଧ୍ୟରେ ବେଶ ଉତ୍ସାହ ଖେଳିଯାଇଛି। ନିର୍ବାଚନ ପ୍ରଚାର ପାଇଁ ଏହି ନବୀନଙ୍କ ଏ ନୂଆ ଫର୍ମୁଲା କହିଲେ ଅତ୍ୟୁକ୍ତି ହେବ ନାହିଁ।