
ପ୍ରମୋଦନାୟକ(ଭୁବନେଶ୍ବର):ସୃଙ୍ଖଳିତ ନିର୍ବାଚନକୁ ଦୃଷ୍ଟିରେରଖି ମୁଖ୍ଯ ନିର୍ବାଚନ କମିସନରଙ୍କ ସ୍ବୀକୃତି ପରେ ରାଜ୍ୟର ଦୁଇଟି ଜିଲ୍ଲାରେ ନୂଆ ଏସପିଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ହେଲେ ବ୍ରହ୍ମପୁର ପାଇଁ ସାର୍ଥକ ଷଡଙ୍ଗୀ ଏବଂ ଖୋର୍ଦ୍ଧା ପାଇଁ ଅବିନାଶ କୁମାର। ଉଭୟ ହେଉଛନ୍ତି ୨୦୦୭ ମସିହା ବ୍ୟାଚର ଆଇପିଏସ।
ଓଡ଼ିଶା ସରକାର ତୁରନ୍ତ ନୂଆ କାର୍ଯ୍ୟରେ ଯୋଗଦେବା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଦୁଇ ଜିଲ୍ଲାର ଏସପି ବଦଳାଇବା ପାଇଁ ନିର୍ବାଚନ କମିଶନର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ରାଜ୍ୟ ସରକାର ସେମାନଙ୍କୁ ବଦଳାଇ ଏହି ଦୁଇ ଆଇପିଏସ ଅଧିକାରୀଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି।