ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଖୋର୍ଦ୍ଧାର କାଳୁ ଖଣ୍ଡାୟତ ରାୟ…

ମନୋଜ ମହାନ୍ତି(ଭୁବନେଶ୍ବର): ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ଖୋର୍ଦ୍ଧାର ପୁର୍ବଥର ର ବିଜେପି ବିଧାୟକ ପ୍ରାର୍ଥୀ କାଳୁ ଖଣ୍ଡାୟତ ରାୟ।

ସେ ତାଙ୍କର ଇସ୍ତଫା ପତ୍ର ବିଜେପି ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଦେଇଛନ୍ତି। ହେଲେ ଏହାପରେ କାଳୁ କେଉଁ ଦଳକୁ ଯିବେ ନା ସ୍ବାଧୀନ ପ୍ରାର୍ଥୀ ଭାବେ ଲଢେଇ କରିବେ ସେ ନେଇ କିଛି ଜଣାପଡି ନାହିଁ। ଖୋର୍ଦ୍ଧା ବିଧାନସଭା ଆସନ ପାଇଁ ଗତଥର କାଳୁ ଖଣ୍ଡାୟତରାୟ ବିଜେପି ପ୍ରାର୍ଥୀ ହୋଇ କମ ଭୋଟରେ ହାରିଥିଲେ। ଏଥର ସେ ଟିକେଟ ପାଇ ବିଜୟୀ ହେବେ ବୋଲି ଆଶା ରଖିଥିଲେ। ହେଲେ ଅପରାଜିତା ଷଡଙ୍ଗୀ ତାଙ୍କର ସବୁ ଗଣିତ ଓଲଟପାଲଟ କରିଦେଲେ। କାଳୁଙ୍କୁ ଟିକେଟ ନ ଦେଇ ଦଳ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଟିକେଟ ଦେଇଛି। ଯାହାକୁ ନେଇ କାଳୁ ତିବ୍ର ପ୍ରତିକ୍ରିୟା ପ୍ରକାଶ କରି ଦଳରୁ ପ୍ରାଥମିକ ସଦସ୍ଯ ପଦରୁ ଇସ୍ତଫା ଦେଇଛନ୍ତି।

ସେୟାର କରନ୍ତୁ

Next Post

ମେ ୧୪ରେ ବାରଣାସୀରୁ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ...

Fri May 3 , 2024
ବାସ୍ତବ ବ୍ୟୁରୋ: ମେ ୧୪ରେ ନାମାଙ୍କନ ଭରିବେ ପ୍ରଧାନମନ୍ତ୍ରୀ । ୧୩ରେ ବିଶାଳ ରୋଡ ଶୋ କରିବେ ମୋଦୀ । ୪ କିଲୋମିଟର ରୋଡ ଶୋ ପାଇଁ ବ୍ୟାପକ ପ୍ରସ୍ତୁତି କରାଯିବ । ବାରାଣସୀ ଲୋକସଭା ଆସନ ପାଇଁ ମେ ୭ତାରିଖରୁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହେବ।  ତୃତୀୟଥର ପାଇଁ ବାରଣାସୀ ଆସନରୁ ନିର୍ବାଚନ ଲଢ଼ିବେ ମୋଦୀ । ତେବେ ଦୁଇଦିନ ପାଇଁ ସଜେଇ ହେଉଛି ବାରଣାସୀ । ସୂଚନା ଅନୁସାରେ […]

You May Like

Pin It on Pinterest