ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ…

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ଜନତା ମୈଦାନରେ ଓଡିଶାର  ରାଜ୍ୟପାଳ ରଘୁବର ଦାସ ମୋହନ ମାଝୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । 

 ମୋହନ ମାଝୀଙ୍କ ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହା, ନୀତିନ ଗଡକରୀ, ରାଜନାଥ ସିଂହ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେପି ଶାସିତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେଇଥିଲେ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ-ମୁଖ୍ୟମନ୍ତ୍ରୀ, ୮ ଜଣ କ୍ୟାବିନେଟ୍ ମନ୍ତ୍ରୀ ଏବଂ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଭୁତି ଜେନା ଓ କୃଷ୍ଣଚନ୍ଦ୍ର ମହାପାତ୍ର ଶପଥ ନେଇଛନ୍ତି। ସେହିପରି ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ୱାଇଁ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। 

ସେୟାର କରନ୍ତୁ

Next Post

ଶ୍ରମିକର କ୍ଷତିପୂରଣ ଓ ସ୍ଥାୟୀ ନିଯୁକ୍ତି ଦାବି ଜିଲ୍ଲା ଶ୍ରମ ଅଧିରୀଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା .....

Wed Jun 12 , 2024
ସଂଜୟ ଶତପଥୀ(କଟକ): ଶ୍ରମିକର କ୍ଷତିପୂରଣ ଓ ସ୍ଥାୟୀ ନିଯୁକ୍ତି ଦାବି ଜିଲ୍ଲା ଶ୍ରମ ଅଧିରୀଙ୍କ ପ୍ରତିଶ୍ରୁତି ପରେ ହଟିଲା ଧାରଣା ।ସମ୍ମାନ ଓ ଆନୁଗତ୍ୟର ସହିତ ସହୃଦୟ ସହଯୋଗ ଓ ଆଶୁ ପଦକ୍ଷେପ କାମନା କରି ଆମ୍ବେଦକର ସ୍ମୃତି ପରିଷଦର ସଭାପତି ତଥା ସାମାଜିକକର୍ମୀ ସୁକାନ୍ତ ସେଠୀଙ୍କ ନେତୃତ୍ବରେ ଆଜି କଟକ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା । କଟକ ସଦର ଥାନା ଅନ୍ତର୍ଗତ […]

You May Like

Pin It on Pinterest