ମୋହନଙ୍କ ମନ୍ତ୍ରୀମଣ୍ଡଳ ରେ କାହାକୁ ମିଳିଲା କେଉଁ ବିଭାଗ

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମନ୍ତ୍ରୀମାନଙ୍କୁ ବିଭାଗ ଆବଂଟିତ ହୋଇଛି । ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ସାଧାରଣ ପ୍ରଶାସନ  ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ , ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି । ତେବେ ଅର୍ଥ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ କାହାରିକୁ ଆବଂଟନ କରାଯାଇନି । ସେହିପରି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସହ ଶକ୍ତି ବିଭାଗ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି ।

କ୍ୟାବିନେଟ୍ ମନ୍ତ୍ରୀ

  • ସୁରେଶ ପୂଜାରୀ- ରାଜସ୍ୱ ଓ ବିପର୍ଯ୍ୟୟ
  • ରବିନାରାୟଣ ନାଏକ – ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ
  • ନିତ୍ୟାନନ୍ଦ ଗଣ୍ଡ- ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତି-ଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ
  • କୃଷ୍ଣଚନ୍ଦ୍ର ପାତ୍ର- ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା
  • ପୃଥ୍ୱୀରାଜ ହରିଚନ୍ଦନ- ଆଇନ, ପୂର୍ତ୍ତ ଓ ଅବକାରୀ
  • ମୁକେଶ ମହାଲିଙ୍ଗ- ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି
  • ବିଭୂତି ଭୂଷଣ ଜେନା- ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
  • କୃଷ୍ଣଚନ୍ଦ୍ର ମହାପାତ୍ର- ଗୃହନିର୍ମାଣ ଓ ନଗରଉନ୍ନୟନ, ସାଧାରଣ ଉଦ୍ୟୋଗ

ରାଷ୍ଟ୍ରମନ୍ତ୍ରୀ(ସ୍ୱାଧୀନ)

  • ଗଣେଶରାମ ସିଂ ଖୁଂଟିଆ- ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା
  • ସୂର୍ଯ୍ୟବଂଶୀ ସୂରଜ- ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
  • ପ୍ରଦୀପ ବଳ ସାମନ୍ତ- ସମବାୟ, ହସ୍ତତନ୍ତ-ବୟନଶିଳ୍ପ ଓ ହସ୍ତଶିଳ୍ପ
  • ଗୋଲକଚନ୍ଦ୍ର ମଲ୍ଲିକ- ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ
  • ସମ୍ପଦ ଚନ୍ଦ୍ର ସ୍ୱାଇଁ – ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
ସେୟାର କରନ୍ତୁ

Next Post

ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା:  କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍....

Mon Jun 17 , 2024
ବାସ୍ତବ ବ୍ୟୁରୋ: ପଶ୍ଚିମବଙ୍ଗ ନ୍ୟୁ ଜଲପାଇଗୁଡିରେ କାଞ୍ଚନଜଙ୍ଗା ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଫଳରେ ଟ୍ରେନ୍‌ର ତିନୋଟି ବଗି ବ୍ୟାପକ ରୂପେ କ୍ଷତିଗ୍ରସ୍ତ ହୋଇଛି।  ଏନଜେପିରୁ ସିଆଲଦା ଅଭିମୁଖେ ଯାଉଥିବା କାଞ୍ଚନଜଙ୍ଗା ଏକ୍ସପ୍ରେସ ସିଲିଗୁଡ଼ି ଅତିକ୍ରମ କରିବା ପରେ ରଙ୍ଗପନୀର ଷ୍ଟେସନ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରେନ୍ ର ପଛଭାଗରେ ଥିବା ୩ଟି ବଗି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ […]

You May Like

Pin It on Pinterest