ନବ ନିର୍ବାଚିତ ବିଧାୟକଙ୍କ ଶପଥପାଠ….

ବାସ୍ତବ ବ୍ୟୁରୋ: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ଏହି ଅବସରରେ ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ। ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ।

ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ଓ ପ୍ରଭାତୀ ପରିଡା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି । ସେହିପରି ବିଧାୟକ ଭାବେ ରବି ନାୟକ, ସୂର୍ଯ୍ୟବଂଶୀ ସୂରଜ, ସୁରେଶ ପୂଜାରୀ, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ ବି ଶପଥ ନେଇଛନ୍ତି।

ଏଥର ବିଧାନସଭାକୁ ୮୨ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇ ଆସିଛନ୍ତି । ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ନେତାମାନେ ବିଧାନସଭାକୁ ମୁଣ୍ଡିଆ ମରି ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା।

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା। 

ସେୟାର କରନ୍ତୁ

Next Post

ବାଚସ୍ପତି ନିର୍ବାଚନ ପାଇଁ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନପତ୍ର ଦାଖଲ କଲେ ସୁରମା ପାଢୀ  

Wed Jun 19 , 2024
ବାସ୍ତବ ବ୍ୟୁରୋ: ବିଜେପିର ବାଚସ୍ପତି ପ୍ରାର୍ଥୀ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ବିଧାନସଭା ସଚିବ ଦାଶରଥୀ ଶତପଥୀଙ୍କ ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା ପାଢୀ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଧାନସଭା ୫୪ ନମ୍ବର ପ୍ରକୋଷ୍ଠରେ ବିଜେପି […]

You May Like

Pin It on Pinterest