ବାସ୍ତବ ବ୍ୟୁରୋ- ଦକ୍ଷିଣ ଆଣ୍ଡାମାନ ଅଞ୍ଚଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି, ଓଡ଼ିଶା, ଆନ୍ଧ୍ର ପ୍ରଭୃତି ରାଜ୍ୟରେ ବାତ୍ୟା ଆଶଙ୍କା ନାହିଁ ବୋଲି ଭାରତୀୟ ପାଣିପାଗ ବିଭାଗ ସ୍ପଷ୍ଟ କରିଦେଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର କେତେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ । କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏହା ସହିତ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବୋହିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରାଜ୍ୟର ୧୦ ଟି ଜିଲ୍ଲା ଖୋର୍ଦ୍ଧା, ନୟାଗଡ଼, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ,ଗଞ୍ଜାମ, କେନ୍ଦୁଝର,ନୂଆପଡ଼ା, କନ୍ଧମାଳ ଓ ବଲାଙ୍ଗୀରରେ ୟେଲୋ ଓ୍ୱାର୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଭୁବନେଶ୍ୱରର ଆକାଶ ମେଘୁଆ ରହିବା ସହ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି । ଏହି ସମୟରେ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରହିବାର ସମ୍ଭାବନା ରହିଛି ।




