ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱରବ୍ୟୁରୋ: ୨୧/୦୬- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଦିନ ୨ ଘଣ୍ଟା ପାଇଁ ଲୋକଙ୍କ ଅଭିଯୋଗ ଶୁଣିବେ। ଆଜିଠାରୁ ଏହି ଅଭିଯୋଗ ଶୁଣାଣୀ ଆରମ୍ଭ ହେବ।ଭୁବନେଶ୍ବରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖଦୁଃଖ ହେଉଛନ୍ତି ଏବଂ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଏକ ଶୃଙ୍ଖଳିତ ଓ ସମୟୋଚିତ ବ୍ୟବସ୍ଥା ସୃଷ୍ଟି ପାଇଁ ମୁଖ୍ୟମନ୍ତ୍ରୀ ଏହି ପଦକ୍ଷେପ ନେଇଛନ୍ତି।

ସେୟାର କରନ୍ତୁ

Next Post

ଆଜି ୧୦୮ ଗରା ଜଳରେ ମହାସ୍ନାନ କରିବେ ଜଗତର ନାଥ ଶ୍ରୀଜଗନ୍ନାଥ....

Sat Jun 22 , 2024
ସଂଜୟ ଶତପଥୀ: ଜଗତରନାଥ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଆଜି ହେଉଛି ପବିତ୍ର ସ୍ନାନଯାତ୍ରା । ରତ୍ନବେଦୀରୁ ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ୧୦୮ ଗରା ଜଳରେ ମହାସ୍ନାନ କରିବେ ଜଗତର ନାଥ ଶ୍ରୀଜଗନ୍ନାଥ । ପୁରୀରେ ଶ୍ରୀଜୀଉମାନଙ୍କ ଏହି ମାନବୀୟ ଲୀଳା ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପାରମ୍ପରିକ ରୀତି ନୀତି ଅନୁସାରେ ରତ୍ନବେଦୀରୁ ଆସି ସ୍ନାନମଣ୍ଡପରେ ବିଜେ ହୋଇସାରିଲେଣି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ଶ୍ରୀ ବଳଭଦ୍ର, ସାନଭଉଣୀ […]

You May Like

Pin It on Pinterest