କିସ୍ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟା ସ୍ଥଗିତ ରଖିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ…

ଭୁବନେଶ୍ୱର ୨୨/୦୬(ଗୌତମ ମିଶ୍ର):ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତଙ୍କ ମାଲିକାନାରେ ଥିବା କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ ସୋସିଆଲ ସାଇନ୍ସ(କିସ୍)କୁ ଜଙ୍ଗଲ ଜମି ଆବଣ୍ଟନ ମାମଲାରେ ଆଜି ନୂଆମୋଡ଼ ଆସିଛି । ଚନ୍ଦକା ବନ୍ୟଜନ୍ତୁ ଡିଭିଜନ ଅଧୀନରେ ଥିବା ୪.୦୩୨ହେକ୍ଟର ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟାରେ ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନନେବାକୁ ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଆଜି ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ, କିସ୍ ସପକ୍ଷରେ ୪.୦୩୨ ହେକ୍ଟର ରାଜସ୍ୱ ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପ୍ରକ୍ରିୟା ଜିଲ୍ଲାପାଳ ଆରମ୍ଭ କରିଥିଲେ । ତେଣୁ ଆଦିବାସୀ ମନ୍ତ୍ରଣାଳୟକୁ ଏହି ପ୍ରସଙ୍ଗରେ ସ୍ପଷ୍ଟୀକରଣ ନମିଳିବା ଓ ଆନୁଷ୍ଠାନିକ ଅନୁମୋଦନ ଦିଆନଯିବା ପର୍ଯ୍ୟନ୍ତ ସେହି କିସମ ପରିବର୍ତ୍ତନ ପ୍ରକ୍ରିୟାକୁ ସ୍ଥଗିତ ରଖିବାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ମନ୍ତ୍ରଣାଳୟ ମଧ୍ୟ ରାଜ୍ୟ ସରକାରଙ୍କୁ ସ୍ୱତନ୍ତ୍ର ଭାବେ ସ୍ପଷ୍ଟୀକରଣ ମାଗିଛି । ମୁଖ୍ୟ ସଚିବଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଓରାମ କହିଛନ୍ତି । କିସ୍ ଜଙ୍ଗଲ ଜମି କିସମ ପରିବର୍ତ୍ତନକୁ ନେଇ ମିଳିଥିବା ଅଭିଯୋଗ ଆଧାରରେ ମନ୍ତ୍ରୀ ଶ୍ରୀ ଓରାମ ଏହି ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।
ସୂଚନାଯୋଗ୍ୟ, ସାଧାରଣ ନିର୍ବାଚନର କିଛିଦିନ ପୂର୍ବରୁ କିସ୍ ଦଖଲରେ ଥିବା ଜଙ୍ଗଲ ଜମିର କିସମ ପରିବର୍ତ୍ତନ ପାଇଁ ମନ୍ତ୍ରଣାଳୟରୁ ଅନୁମୋଦନ ମିଳିଥିବା ନେଇ କିସ୍ ପକ୍ଷରୁ ଗଣମାଧ୍ୟମରେ ବିଜ୍ଞାପନ ଜାରି ହୋଇଥିଲା । କିସ୍ ବେଆଇନ ଭାବେ ଜଙ୍ଗଲ ଜମିକୁ ଦଖଲରେ ରଖିଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ହୋଇ ଆସୁଥିଲା ।

ସେୟାର କରନ୍ତୁ

Next Post

ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ ରାଜ୍ୟ ପାଇଁ ଦେଲେ ସ୍ମାରକୀ ପତ୍ର...

Sat Jun 22 , 2024
ନୂଆଦିଲ୍ଲୀ୨୧/୦୬: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ଶ୍ରୀମତି ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ । ଆଗାମୀ କେନ୍ଦ୍ର ବଜେଟ୍ ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ […]

You May Like

Pin It on Pinterest