ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଜାରି ରହିବ ବର୍ଷା

ବାସ୍ତବ ବ୍ୟୁରୋ: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ।

ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି | ସେହିଭଳି ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ପ୍ରବଳ ରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଥିବା ଜିଲ୍ଲାଗୁଡିକରେ ଆକସ୍ମିକ ବନ୍ୟା ପରିସ୍ଥିତି ସହ ଦୃଶ୍ୟମାନ ଦୂରତା କମିବ।

ଓଡ଼ିଶାରେ ବର୍ଷା ବଢ଼ିବାକୁ ଥିବା ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ୨୭ ଓ ୨୮ ତାରିଖ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ଏବଂ ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ବଲାଙ୍ଗୀର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର, ଗଜପତି, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼ ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୨୭ରୁ ୨୯ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ସ୍ଥାନେ ସ୍ଥାନେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ସେହିଭଳି ୨୯ ଏବଂ ୩୦ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ପ୍ରଭାବ ରେ କଚା ଘର ଏବଂ କଚ୍ଚା ରାସ୍ତା ପ୍ରଭାବିତ ହୋଇପାରେ । ସେପଟେ ଘୂର୍ଣ୍ଣିବଳୟ ପ୍ରଭାବରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ହୋଇଛି ।

ସେୟାର କରନ୍ତୁ

Next Post

ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ....

Thu Jun 27 , 2024
ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା)୨୭/୦୬: ଆଜି ଅପରାହ୍ଣ ୫ଘଟିକା ସମୟରେ ଶ୍ରୀଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମୁନିସିପାଲିଟି ଟାଉନ୍‌ହଲ୍‌ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ରାପଡ଼ାର ମାନ୍ୟବର ବିଧାୟକ ଶ୍ରୀ ଗଣେଶ୍ୱର ବେହେରା, ରାଜନଗରର ମାନ୍ୟବର ବିଧାୟକ ଶ୍ରୀ ଧ୍ରୁବଚରଣ ସାହୁ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ତଥା ଟ୍ରଷ୍ଟ […]

You May Like

Pin It on Pinterest