ଭୁବନେଶ୍ୱର(ବାସ୍ତବ ଟିଭି): ଆସୁଛି ବର୍ଷା, ଏନେଇ ପାଣିପାର କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆଜିଠୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିଭଳି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ ଜିଲ୍ଲାରେ ଝଡ଼ତୋଫାନ ଓ ବଜ୍ରପାତକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ଝଡ଼ତୋଫାନ ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏବଂ ୧୮ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବହୁ ଜିଲ୍ଲାରେ ଝଡ଼ତେଫାନ ହେବାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।