ଘୋଷଯାତ୍ରାରେ ମନ୍ଦିର ଭିତରକୁ ଭିଆଇପିଙ୍କୁ ପ୍ରବେଶ ମନା…

ଭୁବନେଶ୍ୱର ୧/୦୭(ଗୌତମ ମିଶ୍ର):ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ । ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପି ଙ୍କ ପ୍ରବେଶକୁ ବାରଣ କରାଯାଇଛି।
ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ।ଆଇନ ମନ୍ତ୍ରୀ କହିଛନ୍ତି, ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ବିଶେଷ କରି ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି । ଆସନ୍ତା କାଲି ମୁଖ୍ୟମନ୍ତ୍ରୀ ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।
ରଥଯାତ୍ରା ସମୟରେ ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ଗୃହ ବିଭାଗର ପ୍ରସ୍ତୁତି ସଂପର୍କରେ ସେ ଅନୁଧ୍ୟାନ କରିବେ ।ଆସନ୍ତା ୬ ରୁ ୯ ତାରିଖ ଯାଏ ଚାରିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏ ଅବସରରେ ରଥଯାତ୍ରା ଯାତ୍ରାରେ ସାମିଲ ହେବା ସହ ଭୁବନେଶ୍ୱରରେ ଏକାଧିକ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି।
୬ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖରେ ପୁରୀ ଗସ୍ତରେ ଯିବେ। ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ରଥଯାତ୍ରାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ ଯିବେ ରାଷ୍ଟ୍ରପତି।ସେହିପରି ୮ ତାରିଖ ଅପରାହ୍ନରେ ଡିଭାଇନ୍ ରିଟ୍ରିଟ୍ ସେଣ୍ଟର ଉଦ୍ଘାଟନ କରିବେ ରାଷ୍ଟ୍ରପତି। ୯ ତାରିଖ ପୂର୍ବାହ୍ନରେ ନାଇଜର୍ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିଦିନ ଅପରାହ୍ନରେ ରାଷ୍ଟ୍ରପତି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି।ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୁଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହି ସମୟରେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ଏହାକୁ ସୁରୁଖୁରରେ ସମ୍ପାଦନ କରିବାକୁ ଜୋରଦାରରେ ପ୍ରସ୍ତୁତି ଆରମ୍ଭ ହୋଇଛି।

ସେୟାର କରନ୍ତୁ

Next Post

ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ଭୁବନେଶ୍ୱର ରେ ପ୍ରଥମ ମାମଲା ରୁଜ୍ଜୁ...

Tue Jul 2 , 2024
ଭୁବନେଶ୍ୱର(ଗୌତମ ମିଶ୍ର ): ଦେଶରେ ଲାଗୁ ହୋଇଛି ତିନି ନୂଆ ଆଇନ ଭାରତୀୟ ନ୍ୟାୟ ସଂହିତା(ବିଏନଏସ), ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମ(ବିଏସଏ) ଲାଗୁ ହୋଇଯାଇଛି । ଲାଗୁ ହେଉ ହେଉ ଦିଲ୍ଲୀରେ ଏନେଇ ପ୍ରଥମ ମାମଲା ରୁଜ୍ଜୁ ହୋଇଥିବା ବେଳେ ଭୁବନେଶ୍ବରରେ ମଧ୍ୟ ଏହାକୁ ଆଧାର କରି ପ୍ରଥମ ମାମଲା ରୁଜ୍ଜୁ ହୋଇଛି ।ଭୁବନେଶ୍ବର ଲକ୍ଷ୍ମୀସାଗର ଥାନାରେ ଭାରତୀୟ ନ୍ୟାୟ ସଂହିତା ଅନୁଯାୟୀ ମାମଲା […]

You May Like

Pin It on Pinterest