ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ(ନି.ପ୍ର): ଆଜି ପୁରୀଠାରେ ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗଦେଇ,ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏଥିସହ ରଥଯାତ୍ରାର ସଫଳତା ପାଇଁ ଲୋଡିଲେ ସମସ୍ତଙ୍କ ସହଯୋଗ ।

ପୁରୀରେ ସମୀକ୍ଷା ବୈଠକରେ ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଦିନ ଛୁଟି ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଚଳିତଥର ରଥଯାତ୍ରା ୨ ଦିନ ଚାଲିବାକୁ ଥିବାରୁ ଛୁଟି ଘୋଷଣା କରାଯାଇଛି ।

ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତବର୍ଷ ବିରଳ ଓ ଅଦ୍ଭୁତ ରଥଯାତ୍ରା ହେବାକୁ ଯାଉଛି । ଦୀର୍ଘ ୫୩ ବର୍ଷ ପରେ ଚଳିତବର୍ଷ ବିରଳ ରଥଯାତ୍ରା ହେବାକୁ ଯାଉଛି । ନୂଆ ସରକାରରେ ଏଭଳି ସୁଯୋଗ ଆସିବା ଆମର ଭାଗ୍ୟ । ଚଳିତବର୍ଷ ୨ ଦିନରେ ରଥଯାତ୍ରା ସମାପନ ହେବ । ତେଣୁ ସରକାରୀସ୍ତରରେ ଯେଉଁ ଗୋଟିଏ ଦିନର ଛୁଟି ଥିଲା ତାହାକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛି ।

ରଥଯାତ୍ରା ଯେପରି ସୁରୁଖୁରରେ ସମାପନ ହେବ ସେଥିପାଇଁ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରଥଯାତ୍ରା ଦେଖିବା ସହ ରଥ ଟାଣିବାକୁ ଇଚ୍ଛା ପ୍ରକାଶ କରିଛନ୍ତି । ତେଣୁ ଏହା ବେଶ ଖୁସି ଓ ଗୌରବର କଥା । ଏହି ବିରଳ ରଥଯାତ୍ରାକୁ ସଫଳ କରିବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ସେୟାର କରନ୍ତୁ

Next Post

ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୁଚନା ୩୦୦୦ ଟଙ୍କା ହେବ ଭତ୍ତା....

Tue Jul 2 , 2024
ଭୁବନେଶ୍ୱର(ନି.ପ): ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ଭତ୍ତାଟଙ୍କା। ଏନେଇ ଘୋଷଣା କରିଛନ୍ତି ସାମଜିକ ସୁରକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।ତେବେ କେଉଁ ବର୍ଗର ଭତ୍ତା ବଢାଯିବ ସେନେଇ କୌଣସି ନିର୍ଦ୍ଦଷ୍ଟ ସୂଚନା ମିଳିନାହିଁ । ତେବେ ବାର୍ଦ୍ଧକ୍ୟ ଭତ୍ତା, ବିଧବା ଭତ୍ତା ଓ ଦିବ୍ୟାଙ୍ଗ ଭତ୍ତାକୁ ଗୁରୁତ୍ୱ ଦିଆଯିବ ବୋଲି ସୂଚନାଦେଇଛନ୍ତି ମନ୍ତ୍ରୀ। ବିଭିନ୍ନ ବର୍ଗର ଭତ୍ତା ବଢାଇବାକୁ ସରକାର ଚିନ୍ତା କରୁଛନ୍ତି । ବିଭିନ୍ନ ବିଭାଗ ଅଧିକାରୀଙ୍କ ସହ […]

You May Like

Pin It on Pinterest