୧୧ ତାରିଖ ପରଠାରୁ ପୁଣି ବଢିବ ବର୍ଷା

ବାସ୍ତବ ବ୍ୟୁରୋ: ରାଜ୍ୟରେ ଲାଗି ରହିଛି ବର୍ଷା ।  ଆଗାମୀ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।  କାଲିଠୁ ବର୍ଷା ପରିମାଣ କମିବ ଏବଂ ଉପକୂଳରେ ଘଡଘଡି ବିଜୁଳି ସହ ବର୍ଷା ହେବ । ତେବେ ୧୧ ତାରିଖ ପରଠାରୁ ପୁଣି ବଢିବ ବର୍ଷାର ବିସ୍ତୃତି ବଢିବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

୯ ଓ ୧୦ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେୟାର କରନ୍ତୁ

Next Post

ଅତାବିରା ପଞ୍ଚାୟତ ସମିତି ରେ ମିଳିମିଶି ବିକାଶ କରିବା,ଅନ୍ୟାୟ ବରଦାସ୍ତ କରାଯିବ ନାହିଁ…ବିଧାୟକ

Wed Jul 10 , 2024
ବରଗଡ:-୧୦.୭(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ବ୍ଲକ ସଭାଗୃହ ଠାରେ ଷଷ୍ଠ ତମ ପଞ୍ଚାୟତ ସମିତିର ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି।ବୈଠକ ରେ ବ୍ଲକ୍ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକଙ୍କ ଅଧ୍ୟକ୍ଷତା ରେ ମୁଖ୍ୟ ଅତିଥି ଭାବେ ନବ ନିର୍ବାଚିତ ବିଜେପି ବିଧାୟକ ଶ୍ରୀଯୁକ୍ତ ନିହାର ରଞ୍ଜନ ମହାନନ୍ଦ ନୂତନ ଭାବେ ଯୋଗ ଦେଇଥିଲେ । ବ୍ଲକ୍ ଅଧ୍ୟକ୍ଷା ଗୀତାଞ୍ଜଳି ନାଏକ,ବ୍ଲକ୍ ଉପାଧ୍ୟକ୍ଷ ଅନନ୍ତ ମେହେର, ତହସିଲ […]

You May Like

Pin It on Pinterest