ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନୂନ୍ୟ ୧୦ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ କୁଆପଥର ବର୍ଷା ହେବାର ସମ୍ଭବନା ରହିଥିବା କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ଏହାସହ ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଜି ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶୁକ୍ରବାର ଅପରାହ୍ଣ ସୁଦ୍ଧା ରାଜ୍ୟର ରାୟଗଡ଼ା, କୋରାପୁଟ, କନ୍ଧମାଳ, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ ବିଶେଷ କରି ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, କେନ୍ଦୁଝର, ନବରଙ୍ଗପୁର, କନ୍ଧମାଳ, କୋରାପୁଟ, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉପରୋକ୍ତ ୮ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଦେଶରେ ବଢ଼ିଲା କରୋନା ଆରୋଗ୍ୟ ହାର

Thu Apr 30 , 2020
ବାସ୍ତବ ବ୍ୟୁରୋ-ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ ଦେଶରେ କରୋନା ସମ୍ପର୍କିତ ସୂଚନା ଦେଇ କହିଛନ୍ତି ଯେ ଗତ ୨୪ ଘଣ୍ଟାରେ ଦେଶରେ ୧୭୧୮ଟି ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ମୋଟ ସଂକ୍ରମିତ ସଂଖ୍ୟା ୩୩୦୫୦ ରେ ପହଞ୍ଚିଛି ।  ତେବେ ଦେଶର ଆରୋଗ୍ୟ ହାର ନିୟମିତ ଭାବେ ବଢିଚାଲିଛି । ଗତ ୨୪  ଘଣ୍ଟାରେ ୬୩୦ ଜଣ ସୁସ୍ଥ ହୋଇଛନ୍ତି […]

You May Like

Pin It on Pinterest