ତଳସରା ବିଧାୟକ ଭବାନୀ ଭୋଇ ହେବେ ଉପ ବାଚସ୍ପତି…..

ଭୁବନେଶ୍ବର(ନି.ପ୍ର): ବିଧାନସଭାରେ ବଜେଟ ଅଧିବେଶନର ଆଜି ଦ୍ୱିତୀୟ ଦିନରେ ବିଜେପି ଉପ ବାଚସ୍ପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସୁନ୍ଦରଗଡ ଜିଲ୍ଲା ତଳସରା ବିଧାୟକ ଭବାନୀ ଭୋଇଙ୍କ ନାମ ଦଳ ସ୍ଥିରକରିବା ପରେ,ବିଧାନସଭା ସଚିବ ଶ୍ରୀ ଦାଶରଥି ଶତପଥିଙ୍କ ନିକଟରେ ଭବାନୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ଆସନ୍ତାକାଲି ଅର୍ଥାତ ଜୁଲାଇ ୨୪ ତାରିଖରେ ଉପ ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ।

ଶ୍ରୀ ଭୋଇ ପ୍ରାର୍ଥୀପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ମିଳିଥିବା ଖବର ଅନୁଯାଇ ଏ ପର୍ଯ୍ୟନ୍ତ ବିରୋଧୀ ବିଜେଡି ଉପ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିନାହିଁ। ବିଜେଡି ଉପ ବାଚସ୍ପତି ପଦ ଲାଗି କୌଣସି ପ୍ରାର୍ଥୀ ନ ଦେଲେ ଭବାନୀ ଭୋଇ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ନିଶ୍ଚିତ।

ସୂଚନାଯୋଗ୍ୟ,ଶ୍ରୀ ଭୋଇ ତଳସରା ସଂରକ୍ଷିତ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦୁଇ ଦୁଇ ଥର ବିଜେପି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ୨୦୧୯ରେ ଭବାନୀ ବିଜେଡି ବିଧାୟକ ପ୍ରାର୍ଥୀ ଷ୍ଟିଫେନ ୱିଲସନ ସୋରେଙ୍ଗଙ୍କୁ ପ୍ରାୟ ୧୫ ହଜାର ଭୋଟରେ ପରାସ୍ତ କରିଥିବା ବେଳେ ୨୦୨୪ରେ ମଧ୍ୟ ବିଜେଡି ପ୍ରାର୍ଥୀ ବିନୟ କୁମାର ଟପ୍ପୋଙ୍କୁ ପ୍ରାୟ ୧୭ ହଜାର ଭୋଟରେ ପରାଜିତ କରି ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି।

ସେୟାର କରନ୍ତୁ

Next Post

ସୁପ୍ରିମ୍‌କୋର୍ଟ- ଆଉଥରେ ହେବ ନାହିଁ NEET-UG ପରୀକ୍ଷା....

Tue Jul 23 , 2024
ନୂଆଦିଲ୍ଲୀ -ୟୁଜି ପ୍ରଶ୍ନପତ୍ର ଲିକ୍‌ ମାମଲାରେ ବଡ ଆଦେଶ ଦେଇଛନ୍ତି ସୁପ୍ରିମ୍‌କୋର୍ଟ ।ସୁପ୍ରିମ୍‌କୋର୍ଟ କହିଛନ୍ତି ଯେ ଏହି ପରୀକ୍ଷା ପୁନଃ ଆୟୋଜିତ ହେବ ନାହିଁ, କାରଣ, ପରୀକ୍ଷାରେ ବଡ଼ ଅନିୟମିତତା ପ୍ରମାଣିତ ହୋଇପାରି ନାହିଁ । ପରୀକ୍ଷାରେ ନିୟମ ଉଲ୍ଲଂଘନ ଦର୍ଶାଇବା ନେଇ କୌଣସି ପର୍ଯ୍ୟାପ୍ତ ପ୍ରମାଣ ମିଳିନାହିଁ ।ସର୍ବୋଚ୍ଚ ଅଦାଲତ କହିଛନ୍ତି, ଆଉଥରେ ପରୀକ୍ଷା କରାଇବା ଠିକ୍‌ ହେବ ନାହିଁ ଏବଂ ଏହା ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର […]

You May Like

Pin It on Pinterest