
କଟକ(ସଂଜୟ ଶତପଥୀ): କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ଭଟ୍ଟାରିକା ଙ୍କ ମନ୍ଦିର ବେଢା ଛୁଇଁଲା ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୧୪ଟି ଗେଟ୍ ଖୋଲାଥିବା ବେଳେ ଏପଟେ ଦୁଇ ଦିନର ଲଗାଣ ବର୍ଷା ଯୋଗୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି।ହେଲେ ମାଙ୍କୁ ଜଳାସାୟୀ କରିପାରିନାହିଁ।
ଆଜି ସକାଳୁ ବନ୍ୟାଜଳ ବୃଦ୍ଧିପାଇବାରେ ଲାଗିଛି। ବନ୍ୟାଜଳ ମା’ଙ୍କୁ ଜଳାସାୟୀ କରିବାକୁ ହେଲେ ଆହୁରି କିଛି ସମୟ ଲାଗିବ ବୋଲି ଅନୁମାନ କରାଯାଉଛି। ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ।ସେଥିପାଇଁ ମାଙ୍କ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି। ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି।



