ଆଗାମୀ ୩ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା

ବାସ୍ତବ ବ୍ୟୁରୋ: ଆଗାମୀ ୩ଦିନ ଯାଏଁ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିସହ ବଜ୍ରପାତ ଓ ଘଡ଼ିଘଡ଼ି ମଧ୍ୟ ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ସୋମବାର ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରେ ବଜ୍ରପାତ ସହ ଘଡିଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମଙ୍ଗଳବାର ଓ ବୁଧବାର ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଜଗତସିଂହପୁର,ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗୁରୁବାର ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Next Post

IIT ମାଡ୍ରାସ ପୁଣି ଦେଶର ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ: ଏନଆଇଆରଏଫ ୨୦୨୪

Mon Aug 12 , 2024
ବାସ୍ତବ ବ୍ୟୁରୋ: ଆଜି (ସୋମବାର ) ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ୨୦୨୪ ଘୋଷଣା କରାଯାଇଛି । ଇଣ୍ଡିଆ ମଣ୍ଡପରେ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘୋଷଣା କରିଛନ୍ତି। ଏନଆଇଆରଏଫ ରାଙ୍କିଙ୍ଗର ଏହା ହେଉଛି ୯ମ ସଂସ୍କରଣ ।  ଆଇଆଇଟି ମାଡ୍ରାସ କ୍ରମାଗତ ଷଷ୍ଠ ବର୍ଷ ପାଇଁ ସାମଗ୍ରିକ ଏନଆଇଆରଏଫ ମାନ୍ୟତାରେ ଶୀର୍ଷରେ ରହିଛି।  ଓଭରଅଲ କ୍ୟାଟାଗୋରୀ ଓ ଇଞ୍ଜିନିୟରିଂ ବର୍ଗରେ ଆଇଆଇଟି ମାଡ୍ରାସ ୧ନଂରେ […]

You May Like

Pin It on Pinterest