ମୁଖ୍ୟମନ୍ତ୍ରୀ ମାଝୀଙ୍କ ବଡ ଘୋଷଣା : ଶ୍ରୀକ୍ଷେତ୍ରକୁ ଗମନା ଗମନା ସୁଗମ କରିବା ପାଇଁ ଭୁବନେଶ୍ୱର-ପୁରୀ ରାସ୍ତା ହେବ ୬ ଲେନ୍‌

ବାସ୍ତବ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଭେଟିଥିଲେ। ରାଜ୍ୟରେ ୫୧ଟି ଜାତୀୟ ରାଜପଥ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ତାଙ୍କ ସହ ରାଜ୍ୟ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବିଭାଗୀୟ ଅଧିକାରୀମାନେ ଯାଇଥିଲେ।

କେନ୍ଦ୍ର ସଡକ, ପରିବହନ ମନ୍ତ୍ରୀଙ୍କୁ ଭେଟିବା ପରେ ବଡ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଭୁବନେଶ୍ୱରରୁ ପୁରୀ ଯାଏଁ ସର୍ଭିସ ରୋଡ୍ ହେବ । ବର୍ତ୍ତମାନ ୪ ଲେନ୍ ବିଶିଷ୍ଟ ଥିବା ଏହି ରାସ୍ତାକୁ ୬ ଲେନ୍ ବିଶିଷ୍ଟ କରାଯିବ । ଏଥିପାଇଁ ୧୮ ଶହ କୋଟି ଟଙ୍କା ଖର୍ଚ୍ଚ କରାଯିବ । 

ଅନ୍ୟପଟେ ଚଣ୍ଡିଖୋଲରୁ ବଡବିଲ ପର୍ୟ୍ୟନ୍ତ ଥିବା ରାସ୍ତାକୁ ମଧ୍ୟ ୮ ଲେନ୍ ବିଶିଷ୍ଟ କରାଯିବ । ସେହିପରି ଖୋର୍ଦ୍ଧା-ନୟାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ, କେସିଙ୍ଗା-ଜୁନାଗଡ ରାସ୍ତାକୁ ୪ ଲେନ୍ ବିଶିଷ୍ଟ କରିବା ପାଇଁ କେନ୍ଦ୍ରୀୟ ସଡକ ଓ ଭିତ୍ତିଭୂମି ପାଣ୍ଠି ମିଳିଛି । ଏହାବାଦ୍ ସେତୁବନ୍ଧ ଯୋଜନାରେ ମଧ୍ୟ ଓଡିଶାକୁ ୨୫୦ କୋଟି ଟଙ୍କା ଅନୁଦାନ ମିଳିଛି । ମୋଟ ୨୧ ହଜାର ୬୫୦ କୋଟି ଟଙ୍କାର ପ୍ରକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି ।

ସେୟାର କରନ୍ତୁ

Next Post

ସୁଭଦ୍ରା ଯୋଜନା ପାଇଁ ଜିଲ୍ଲାପାଳଙ୍କ ମାଧ୍ୟମରେ ଫିଡ୍‌ବ୍ୟାକ ସଂଗ୍ରହ କରିବା ଏକ ପ୍ରହସନ : ବିଜେଡି

Wed Aug 14 , 2024
ରାଜ୍ୟର ଅଧିକାଂଶ ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଆୟ ପ୍ରମାଣପତ୍ର ଓ ଜାତିଗତ ପ୍ରମାଣପତ୍ର ପାଇଁ ଖର୍ଚ୍ଚାନ୍ତ ହୋଇଥିଲେ ରାଜ୍ୟର ଅଧିକାଂଶ ମହିଳା ଭୁବନେଶ୍ବର ଶ୍ୱର(ନି.ପ୍ର): ବିଜୁ ଜନତା ଦଳ ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ କହିଥିଲେ, ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ସୁଭଦ୍ରା ଯୋଜନାର […]

You May Like

Pin It on Pinterest