ବାସ୍ତବ ବ୍ୟୁରୋ- ଆଉଦୁଇ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପକ୍ଷରୁ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ଦୁଇ ପଜିଟିଭ୍ ଯାଜପୁରର ଜିଲ୍ଲାର ବୋଲି ବି ସୂଚନା ମିଳିଛି। ଏହାସହିତ ଯାଜପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୮ରେ ପହଞ୍ଚିଛି ।

ସେପଟେ ବଲାଙ୍ଗୀର ଜିଲ୍ଲାରେ କରୋନା । ପ୍ରଥମ ଥର ଲାଗି ବଲାଙ୍ଗୀର ଜିଲ୍ଲାରେ ଆଜି ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦୁଇଜଣ ଯାକ ପୁରୁଷ ହୋଇଥିବା ବେଳେ ସେମାନେଙ୍କ ବୟସ ଯଥାକ୍ରମେ ୨୨ ଓ ୧୮ ରହିଛି । ଏହି ଦୁଇଜଣ ବଲାଙ୍ଗୀର ଲେଖାରିଆ ଗାଁର ବୋଲି ଜଣାପଡିଛି । ସେମାନେ ନିକଟରେ ତାମିଳନାଡ଼ୁରୁୁ ଫେରିଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଉଭୟଙ୍କର ଟ୍ରାଭେଲ ହିଷ୍ଟ୍ରି ଏବଂ କଣ୍ଟାକ୍ଟ ଟ୍ରେସିଂ କରାଯାଉଛି । ରାଜ୍ୟରେ ବର୍ତ୍ତମାନ ୧୪୭ଜଣ ଆକ୍ରାନ୍ତ ଜିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।