ନବୀନ ନିବାସରେ ରକ୍ଷା ବନ୍ଧନ…

ଭୁବନେଶ୍ୱର(ନି.ପ୍ର)୧୯/୮:ଆଜି ପବିତ୍ର ରକ୍ଷା ବନ୍ଧନ ଅବସରରେ ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସରେ ପହଞ୍ଚି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ ।ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ ରକ୍ଷା ବନ୍ଧନ ପାଇଁ ଅଭିନନ୍ଦନ ଜଣାଇଥିଲେ ।

ଭୁବନେଶ୍ୱର ଭରତପୁର ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟ ର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ ।ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ ।ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲ ର କୁନି କୁନି ପିଲାମାନେ ରାଖୀ ବାନ୍ଧି ଥିଲେ ।ଭୁବନେଶ୍ୱର ମହାନଗର ନିଗମ ର ମେୟର ସୁଲୋଚନା ଦାସ ଙ୍କ ନେତୃତ୍ୱ ରେ ବିଭିନ୍ନ ୱାର୍ଡ ର କର୍ପୋରେଟର ମାନେ ମଧ୍ୟ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ରାଖୀ ବାନ୍ଧି ଥିଲେ।

ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସ ର ସ୍ବେଛାସେବୀ, ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟ ର ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ମାନେ,ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ ଓ ସମାଜ ର ବିଭିନ୍ନ ବର୍ଗ ର ଜନସାଧାରଣ ମାନେ ଶ୍ରୀ ପଟ୍ଟନାୟକ ଙ୍କୁ ରାଖୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ ।

ସେୟାର କରନ୍ତୁ

Next Post

ଅତାବିରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ଓ ଯୋଗେଶ୍ୱର ଶାସ୍ତ୍ରୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା....

Tue Aug 20 , 2024
ବରଗଡ(ନବୀନ କୁମାର ଦାଶ):ବରଗଡ ଜିଲ୍ଲା ଅତାବିରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ସ୍ବଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ଓ ସଂସ୍କୃତ ଶିକ୍ଷକ ଯୋଗେଶ୍ୱର ଶାସ୍ତ୍ରୀ ଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ନବୀନ କୁମାର ଦାଶ ଯୋଗ ଦେଇ ଥିବାବେଳେ ଯୋଗେଶ୍ୱର ଶାସ୍ତ୍ରୀ ସମ୍ମାନିତ ଅତିଥି […]

You May Like

Breaking News

Pin It on Pinterest