ବାସ୍ତବ ବ୍ୟୁରୋ: ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାଣ୍ଡିଂ ଜାରି ହୋଇଛି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉତ୍ତର ବାଂଲାଦେଶ ଓ ତତସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପା ତା ସହ ଝାଡ଼ଖଣ୍ଡ ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ ରହିଛି ଯାହାର ପ୍ରଭାବରେ ବର୍ଷା ଲାଗି ରହିବ ।
ସେହିପରି ଆସନ୍ତାକାଲି ପାଇଁ ଦୁଇ ଜିଲ୍ଲାକୁ ଅରେଞ୍ଜ ୱାଣ୍ଡିଂ ଜାରି ହୋଇଛି କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ସେହିପରି ୨୪ ଅଗଷ୍ଟ ବେଳକୁ ଆଉଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ତଳିଆ ଅଞ୍ଚଳ ଓ ଅଣ୍ଡରପାସ୍ରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହୋଇପାରୋ ସହରାଞ୍ଚଳରେ ଦୃଶ୍ୟମାନ କ୍ଷମତା ହ୍ରାସ ଓ ଟ୍ରାଫିକ୍ ସମସ୍ୟା ଉପୁଜିବ ବୋଲି ଏସଆରସି ସତର୍କ କରାଇଛନ୍ତି। ସେହିଭଳି ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ଉପରେ କଟକଣା ଲଗାଯାଇଛି।