ବାସ୍ତବ ବ୍ୟୁରୋ: ବର୍ଭମାନ ଉତ୍ତର ପଶ୍ଚିମ ଝାଡଖଣ୍ଡ ଉପରେ ରହିଛି ଲଘୁଚାପା କ୍ରମଶଃ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ଏହା ପ୍ରଭାବରେ ରାଜ୍ୟରେ କାଲିଠୁ ବର୍ଷା ବଢିବ । ୨୯ରୁ ୩୧ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ସତର୍କ କରାଇଛି ।
ପାଣିପାଗ ବିଭାଗ ୨୮ ତାରିଖ ସକାଳ ସାଢ଼େ ୮ଟାରୁ ପରବର୍ତ୍ତୀ ୨୪ ଘଣ୍ଟା ପାଇଁ କେନ୍ଦୁଝର, ମୟୂରଭଂଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଓ ଗଂଜାମ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୨୯ ତାରିଖ ସକାଳ ସାଢ଼େ ୮ଟାରୁ ପରବର୍ତ୍ତୀ ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ନବରଂଗପୁର ଓ ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି କହିଛି।
କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୨୯ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ଯାହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ଦୁଇ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ୩୦ ଓ ୩୧ ତାରିଖ ଦିନ ମତ୍ସ୍ୟଜୀବୀଙ୍କୁ ସୁମଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।