ଅବପାତର ରୂପ ନେଲା ସୁଦୃଶ୍ୟ ଲଘୁଚାପ

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପ ସାଗରରେ ଅବପାତ ରୂପ ନେଇଛି କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ଯ ରାତିରେ ଉପକୂଳ ଅତିକ୍ରମ କରିବ ।

ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡିଶା ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ କଳିଙ୍ଗପଟ୍ଟନମଠାରୁ ୮୦ କିମି ଓ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ରହିଛି ଅବପାତ । ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାଣ୍ଡିଂ ଜାରି କରାଯାଇଛି ।

ସେହିପରି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାଣ୍ଡିଂ ଜାରି କରାଯାଇଛି । ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ୟ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

ସେୟାର କରନ୍ତୁ

Next Post

୬ଷ୍ଠ ଓ.ଏମ୍.ପି ବାଟାଲିୟନ ର ହାବିଲଦାର ଙ୍କ ଆତ୍ମହତ୍ୟା

Sun Sep 1 , 2024
ସଂଜୟ ଶତପଥୀ(କଟକ): କଟକ ର ଓ.ଏମ୍.ପି ଛକ ସ୍ଥିତ ୬ଷ୍ଠ ଓ.ଏମ୍.ପି ବାଟାଲିୟନ ପରିସରରେ ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡ଼ିଛି। ବିଶ୍ବସ୍ତ ସୂତ୍ରରୁ ପ୍ରକାଶ ଯେ, କଟକ ର ୬ଷ୍ଠ ଓଡ଼ିଶା ସଶସ୍ତ୍ର ଆରକ୍ଷୀ ବଳ ରେ ନିଯୁକ୍ତି ପାଇଥିବା ହାବିଲଦାର ଶ୍ରୀ ତ୍ରିଲୋଚନ ସେଠୀ ଆଜି ଭୋର ସମୟରେ ବାଟାଲିୟନ ପରିସରରେ ଥିବା ବିଶ୍ରାମ ଗୃହରେ କେହି ନ ଥିବା ସମୟରେ ବେକରେ ରଶି ଲଗାଇ ଆତ୍ମହତ୍ୟା […]

You May Like

Pin It on Pinterest