ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ବାସ୍ତବ ବ୍ୟୁରୋ: ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି । ଉପମୁଖ୍ୟ କହିଛନ୍ତି, “ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ଅକ୍ଟୋବର ୯ ତାରିଖରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ତାରିଖରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।”

ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। 

ସେୟାର କରନ୍ତୁ

Next Post

ଆସନ୍ତା ୪ରୁ ୧୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Sun Sep 29 , 2024
ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗର ଆକଳନ କହୁଛି, ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୬ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ ।  ଯାହାର ପ୍ରଭାବରେ ଅସନ୍ତା ୪ରୁ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆଗକୁ ଯଦି ଲଘୁଚାପ ସୃଷ୍ଟି ହେଉଛି ଏହାର ଗତି ଓ ପ୍ରଭାବ କେଉଁ ଅଞ୍ଚଳରେ ରହିବ ତାହା ସ୍ପଟ୍ ହେବ । ତେବେ ଏହି […]

You May Like

Pin It on Pinterest