ବାସ୍ତବ ବ୍ୟୁରୋ: ଆଜି ଆଇପିଏଏସ୍ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର। ଗୁଇନ୍ଦା ନିର୍ଦ୍ଦେଶକ,କ୍ରାଇମବ୍ରାଞ୍ଚ ଏଡିଜିଙ୍କଠାରୁ ଆରମ୍ଭ କରି କଟକ-ଭୁବନେଶ୍ୱର ପୁଲିସ କମିଶନର ପର୍ଯ୍ୟନ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ଓ ବଡ଼ ବଡ଼ ପଦବୀରେ ଥିବା ଆଇପିଏସ ଅଫିସରଙ୍କୁ କରାଯାଇଛି ବଦଳି।
କଟକ-ଭୁବନେଶ୍ୱର ପୁଲିସ କମିଶନର ସଞ୍ଜୀବ ପଣ୍ଡାଙ୍କୁ ଏଡିଜି ଟ୍ରେନିଂ ଓ ବିଜୁ ପଟ୍ଟନାୟ ରାଜ୍ୟ ପୁଲିସ ଏକାଡେମୀ (BPSPA)ର ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁରେଶ ଦେବଦତ୍ତ ସିଂ ହେବେ କଟକ-ଭୁବନେଶ୍ୱରର ନୂଆ ପୁଲିସ କମିଶନର। ସେହିପରି ଏ.କେ ରୟଙ୍କୁ ଜେଲ୍ ବିଭାଗ ଡିଜି କରାଯାଇଛି।
ରାଧାକିଷନ୍ ଶର୍ମାଙ୍କୁ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ୱ ଦିଆଯାଇଛି। କଟକ ସ୍ଥିତ ପୁଲିସ ମୁଖ୍ୟାଳୟର ADGP ଭାବେ ନୂଆ ଦାୟିତ୍ୱ ପାଇଛନ୍ତି ଦୟାଲ୍ ଗଙ୍ଗୱାର। ରାଜେଶ କୁମାରଙ୍କୁ ସ୍ପେଶିଆଲ୍ ଆର୍ମଡ ପୁଲିସ ADGP ଭାବେ ବଦଳି କରାଯାଇଛି।
ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କର ମଧ୍ୟ ବଦଳି ହୋଇଛି। ତାଙ୍କୁ ADGP ଆଧୁନିକୀକରଣ ଦାୟିତ୍ୱ ଦିଆଯାଇଛି। ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ସନ୍ତୋଷ ବାଲାଙ୍କୁ ବଦଳିକରି SCRB ଓ SFSL ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି।
ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସ୍ଥାନରେ ଆର୍ପି କୋଚେଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ କରାଯାଇଛି। ସେହିପରି ଗୃହ ବିଭାଗ OSD ଏସ୍.ଏମ୍ ନରୱାଣେଙ୍କୁ ପ୍ରିଣ୍ଟିଂ, ଷ୍ଟେସନାରୀ ଓ ପବ୍ଲିକେସନ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି।
କ୍ରାଇମବ୍ରାଞ୍ଚ ଏଡିଜି ଅରୁଣା ବୋଥ୍ରାଙ୍କୁ ବଦଳିକରି ରେଲୱେ ଓ ତଟ ସୁରକ୍ଷା ADGP ଦାୟିତ୍ୱ ଦିଆଯାଇଛି। ଅରୁଣ ବୋଥ୍ରାଙ୍କ ସ୍ଥାନରେ ବିନୟ ତୋଷ ମିଶ୍ରଙ୍କୁ କରାଯାଇଛି କ୍ରାଇମବ୍ରାଞ୍ଚ ଏଡିଜି।