ବାସ୍ତବ ବ୍ୟୁରୋ : କାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୩ ତାରିଖରେ ଦିଲ୍ଲୀର ହୋଟେଲ ତାଜରେ ନିବେଶକ ସମ୍ମିଳନୀ ଆୟୋଜିତ ହେବ । ସେଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।
ସୂଚନାନୁଯାୟୀ, ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ‘ଉତ୍କର୍ଷ ୨୦୨୫’ର ପ୍ରାକ୍ ପ୍ରସ୍ତୁତି ପାଇଁ ଦିଲ୍ଲୀ ଯାଉଛନ୍ତି ସିଏମ୍ । ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ, ମୁଖ୍ୟ ସଚିବ, ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀ ଯାଉଛନ୍ତି । ବିଭିନ୍ନ ଦେଶର ଆମ୍ବାସାଡ଼ର, ହାଇକମିଶନର, ଟ୍ରେଡ୍ କମିଶନର, କନସଲ୍ଟ ଜେନେରାଲଙ୍କ ସହ ଆଲୋଚନା କରିବେ । ବିଭିନ୍ନ ଶିଳ୍ପପତିଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ । ଶେଷରେ ଏକ ରୋଡ୍ ଶୋ’ ଆୟୋଜିତ ହେବ ।
ଆସନ୍ତାବର୍ଷ ଜାନୁଆରି ୨୮ ଏବଂ ୨୯ ତାରିଖରେ ମେକ ଇନ୍ ଓଡିଶା କନକ୍ଲେଭ୍ ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଆୟୋଜିତ ହେବ । ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ।



