ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବାସ୍ତବ ବ୍ୟୁରୋ: ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ।

ଲଘୁଚାପ କ୍ଷେତ୍ର ଆସନ୍ତା ୪ ତାରିଖ ପାଖାପାଖି ସୃଷ୍ଟି ହେବାର ସମ୍ଭାବନା ରହିଛି। ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇ ନାହିଁ ବୋଲି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ଏହାର ପ୍ରଭାବରେ ବର୍ଷା ହୋଇପାରେ।

ଅନ୍ୟପକ୍ଷରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବୁଲେଟିନ୍‌ ଅନୁସାରେ ଆସନ୍ତାକାଲି ଅର୍ଥାତ ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ,ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର,ଢେଙ୍କାନାଳ, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ବଜ୍ରପାତହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେୟାର କରନ୍ତୁ

Next Post

କଟକ ଭାରତୀୟ ଜନତା ପାର୍ଟି ପକ୍ଷରୁ ସେବାପକ୍ଷ ସମାରୋପ ଦିବସ ପାଳିତ...

Thu Oct 3 , 2024
ବାସ୍ତବବ୍ୟୁରୋ(କଟକ): ଅକ୍ଟୋବର ଦୁଇ ତାରିଖରେ ଭାଜପା ର ସେବା ପକ୍ଷ ସମାରୋପ ଦିବସ ଅବସରରେ ତେଲେଙ୍ଗା ବଜାର ସ୍ଥିତ ରଘୁନାଥ ଜୀଉ ମନ୍ଦିର ପ୍ରାଙ୍ଗଣରେ ଭାଜପା ବାରବାଟି କଟକ ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ମାନେ ନଗର ସଭାପତି ଲଲାଟେନ୍ଦୁ ବଡୁ ଙ୍କ ନେତୃତ୍ୱରେ ସ୍ଵଛ ଭାରତ ଓ ନିଶୁଳ୍କ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର, ତୁଳସୀପୁର ତଅଁଳା ସାହି ରେ ଆୟୋଜନକରିଥିଲେ। ସ୍ଵଛ ଭାରତ କାର୍ଯ୍ୟକ୍ରମରେ ସର୍ବଶ୍ରୀ ପ୍ରଦୀପ ସ୍ୱାଇଁ,ସଂଯୋଜକ କାମାକ୍ଷା […]

You May Like

Pin It on Pinterest