ବାସ୍ତବ ବ୍ୟୁରୋ: ଆଜି ସଂଧ୍ୟା ୬ଟାରୁ ୮ ତାରିଖ ସଂଧ୍ୟା ୬ଟା ଯାଏଁ ୧୪ ଜିଲ୍ଲାରେ ଘରୋଇ ବସ୍ ଗଡ଼ିବନି ବୋଲି ଚେତାବନୀ ଦେଇଛନ୍ତି ଘରୋଇ ବସ୍ ମାଲିକ ସଂଘର ସଦସ୍ୟ। ରାଜ୍ୟର ଦକ୍ଷିଣାଞ୍ଚଳ ଏବଂ ପଶ୍ଚିମାଞ୍ଚଳରେ ପ୍ରଭାବିତ ହୋଇପାରେ ଗମନାଗମନ ବ୍ୟବସ୍ଥା। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବସ୍ ନ ଚଳାଇବାକୁ ସଂଘ ନିଷ୍ପତ୍ତି ନେଇଛି।
ରାଜ୍ୟ ସରକାରଙ୍କ ଦ୍ୱିତୀୟ ପର୍ଯ୍ୟାୟ ତଥା ବ୍ଲକ ଏବଂ ଜିଲ୍ଲା ସଦର ମହକୁମା ମଧ୍ୟରେ ଟାୟାର-ଟୁ AC ବସ୍ ସେବା ନିଷ୍ପତ୍ତିକୁ ବିରୋଧ କରି ଏହି ବନ୍ଦ ଡାକରା ଦିଆଯାଇଛି। ସଂଘଗୁଡିକର ଅଭିଯୋଗ ଯେ, ପଞ୍ଚାୟତରୁ ବ୍ଲକ୍ ମୁଖ୍ୟାଳୟକୁ ପୂର୍ବ ସରକାର ଅମଳରେ ‘ଲକ୍ଷ୍ମୀ ବସ୍’ ଚାଲୁଥିଲା। ଏବେ ଯଦି ବ୍ଲକ ଏବଂ ଜିଲ୍ଲା ମୁଖ୍ୟାଳୟ ମଧ୍ୟରେ ବସ୍ ଚଳାଚଳ କରେ, ତେବେ ସେହି କ୍ଷତି ଆଉ ସହିବା ଅବସ୍ଥାରେ ନାହୁଁ । ରାଜ୍ୟ ସରକାର ଏ ଦିଗରେ ବିହିତ ପଦକ୍ଷେପ ନ ନେଲେ ଆଜିଠୁ ଆନ୍ଦୋଳନର ଧମକ ଦିଆଯାଇଛି।