କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ…

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି।

ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ ସଲାରୋ ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ସେ ଛାତ୍ର ଜୀବନରୁ ରାଜନୀତିରେ ପ୍ରବେଶ କରିଥିଲେ । ପ୍ରଥମତ ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ସେ ନିର୍ବାଚିତ ହୋଇଥିଲେ । ପରେ ଡେରାବିଶ ବ୍ଲକ ଚେୟାରମ୍ୟାନ ଭାବେ କାର୍ଯ୍ୟ କରିଥିଲେ ।

୨୦୦୪ ରେ ସେ ଓଡ଼ିଶା ଗଣ ପରିଷଦ ଟିକେଟରେ ଲଢ଼ି କେନ୍ଦ୍ରାପଡା ର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୧୯ ରୁ ୨୦୨୩ ପର୍ୟ୍ୟନ୍ତ କେନ୍ଦ୍ରାପଡା ଜିଲା ବିଜେଡି ସଭାପତି ଭାବେ ଦାୟିତ୍ୱ ତୁଲାଇ ଥିଲେ l ଉତ୍କଳ କେଶରୀ ପରିଡାଙ୍କ ବିୟୋଗରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ବ୍ୟକ୍ତ କରିଛନ୍ତି l

ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। 

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବି ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି। ଲୋକଙ୍କ ସେବା ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସ୍ମରଣୀୟ ରହିବ ବୋଲି ନବୀନ ପଟ୍ଟନାୟକ କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। 

ସେୟାର କରନ୍ତୁ

Next Post

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Sat Oct 19 , 2024
ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା […]

You May Like

Pin It on Pinterest