୨୪ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ବାତ୍ୟା ସ୍ଥଳଭାଗ ଛୁଇଁବ…

ବାସ୍ତବ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’  ପୁରୀ- ସାଗରଦୀପ ମଝିରେ  ଲ୍ୟାଣ୍ଡଫଲ କରିବ। ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ଭୋର ସମୟରେ ଅତି ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁବ ବାତ୍ୟା । ଏହି ସମୟରେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ରହିପାରେ ବୋଲି କୁହାଯାଇଛି ।

ବାତ୍ୟା ‘ଦାନା’ର ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଓ ଯାଜପୁରକୁ ରେଡ ୱାର୍ଣ୍ଣିଂ ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ସୂଚନନାଯୋଗ୍ୟ, ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେୟାର କରନ୍ତୁ

Next Post

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସଜାଗ ରାଜ୍ୟ ସରକାର...

Mon Oct 21 , 2024
ବାସ୍ତବ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ପାଇଁ ସଜାଗ ରାଜ୍ୟ ସରକାର । ବାତ୍ୟା ମୁକାବିଲା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ । ବାତ୍ୟାର ଗତିପଥ ଉପରେ ତୀକ୍ଷ୍ମଣ ନଜର ରଖିବ କଣ୍ଟ୍ରୋଲ ରୁମ୍‌ । ସେପଟେ ବାତ୍ୟା ସ୍ଥିତିର ମୁକାବିଲା ପାଇଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକୁ ଯିବେ ବରିଷ୍ଠ ଆଇଏସ୍ ଅଧିକାରୀ । କେଉଁ ଜିଲ୍ଲାକୁ […]

You May Like

Breaking News

Pin It on Pinterest