ବାତ୍ୟା ‘ଦାନା’କୁ ନେଇ ଆଉ ଏକ ଅପଡେଟ

ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ଏହାର ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ  ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି।  ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୨୪୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା‌ପ୍ରତି ୧୨ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି ବାତ୍ୟା ଦାନା ।

୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ‘ଦାନା’ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି । 

ବାତ୍ୟା ‘ଦାନା’ ଭିତରକନିକାର ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି। ଏନେଇ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍‌  ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ। 

ଲ୍ୟାଣ୍ଡଫଲ୍‌  ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ।  ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର  ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି।

ବାତ୍ୟା ‘ଦାନା’କୁ ନେଇ ଆଉ ଏକ ଅପଡେଟ ସାମ୍ନାକୁ ଆସିଛି।  ବାତ୍ୟା ‘ଦାନା’ର ଗତି ପଥରେ ସାମାନ୍ୟ ରିକର୍ଭ ଆସିଛି। ତେବେ ଏଥିପାଇଁ ଲ୍ୟାଣ୍ଡଫଲ୍ ସ୍ଥାନରେ ପରିବର୍ତ୍ତନ ହୋଇନି। ଲ୍ୟାଣ୍ଡଫଲ୍ ପରେ ଏହି ଭୀଷଣ ବାତ୍ୟା ସାମାନ୍ୟ ସାମାନ୍ୟ ରିକର୍ଭ କରିବ। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାକୁ ଏହା ମୁହାଁଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରାମା ମହାନ୍ତି ସୂଚନା ଜାରି କରିଛନ୍ତି। 

ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି। ୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। 

ଭୀଷଣ ରୂପରେ ଆସୁଥିବା ‘ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଦୁଇ ଦିନ ଅତି ପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ପଡ଼ିବ। ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ।

ସେୟାର କରନ୍ତୁ

Next Post

ପାରାଦୀପ ଠାରୁ ୧୫୦ କିଲୋମିଟର ଦୂରରେ 'ଦାନା';ଘଣ୍ଟା ପିଛା ୧୦କିମି ବେଗରେ ଅଗ୍ରସର ହେଉଛି ବାତ୍ୟା

Thu Oct 24 , 2024
ବାସ୍ତବ ବ୍ୟୁରୋ: ଭୀଷଣ ବାତ୍ୟା ‘ଦାନା’ ଗତ ୬ ଘଣ୍ଟାରେ ଏହା ୧୦ କିମି ବେଗରେ ଗତି କରୁଛି। ଏବେ ଏହା ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କିମି ଦୂରରେ ରହିଛି। ସେହିଭଳି ଧାମରାର ଦକ୍ଷିଣ ଓ ଦକ୍ଷିଣ-ପୂର୍ବରେ ୧୮୦ କିମି ଦୂରରେ ରହିଛି ଦାନା। ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିବ ବା ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ଭିତରକନିକା ଓ ଧାମରା […]

You May Like

Pin It on Pinterest